ଦମ୍ପତ୍ତିଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ନୂଆପଡା ଗ୍ରାମରେ ଘଟିଥିବା ଏକ ହତ୍ୟା ଉଦ୍ୟମ ଘଟଣାରେ କେ. ନୂଆଗାଁ ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ଦିଗପହଣ୍ଡି କୋର୍ଟକୁ ଚାଲାଣ କରିଛନ୍ତି। ସେଠାରେ ତାଙ୍କର ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି। ଗିରଫ ହୋଇ ଜେଲ ହାଜତକୁ ଯାଇଥିବା ଅଭିଯୁକ୍ତ ଜଣକ ହେଲେ ନୂଆପଡା ଗ୍ରାମ ସାନଦାଣ୍ଡ ସାହିର ଭାସ୍କର ସେଠୀ।

ପୂର୍ବ ଶତୃତାକୁ କେନ୍ଦ୍ରକରି ଗତ ମଙ୍ଗଳବାର ସନ୍ଧ୍ୟାରେ ଭାସ୍କର ସେହି ଗ୍ରାମର ଯୁବରାଜ ପେଣ୍ଠ ପ୍ରାଥମିକ ବିଦ୍ୟାଳୟ ସାହିର ସୁବ୍ରତ ସେଠୀଙ୍କ ସହ ଯୁକ୍ତିତର୍କ କରିଥିଲେ। ପରେ ସେ ହଠାତ ଉତ୍ତ୍ୟକ୍ତ ହୋଇ ସୁବ୍ରତଙ୍କୁ ହତ୍ୟା କରିବା ଉଦ୍ଦେଶ୍ୟରେ ଏକ ଲୁହା ଛଡ଼ରେ ମୁଣ୍ଡକୁ ଆକ୍ରମଣ କରିଥିଲେ। ଏହା ଦେଖି ସୁବ୍ରତଙ୍କ ସ୍ତ୍ରୀ ସୁଲୋଚନା ପାଟି କରିବାରୁ ଭାସ୍କର ତାଙ୍କ ମୁଣ୍ଡକୁ ମଧ୍ୟ ଲୁହା ଛଡ଼ରେ ପିଟି ଲହୁଲୁହାଣ କରିଥିଲେ। ଗୁରୁତର ଅବସ୍ଥାରେ ସୁବ୍ରତ ଓ ତାଙ୍କ ସ୍ତ୍ରୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ପ୍ରଥମେ ବମକୋଇ ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରିଥିଲେ। ସେଠାରୁ ଚିକିତ୍ସିତ ହୋଇ ଫେରିବା ପରେ ସୁଲୋଚନା କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଆଇଆଇସି କିଶୋର ସାମଲ ମାମଲା ନଂ. ୨୩୦/୨୫ ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri