ଜମି ପାଣି ବିବାଦରୁ ସାଂଘାତିକ ଆକ୍ରମଣ: ସରପଞ୍ଚଙ୍କ ସ୍ୱାମୀଙ୍କୁ ହାଣିଥିବା ୩ ଦୁର୍ବୃତ୍ତଙ୍କୁ କୋର୍ଟଚାଲାଣ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ କାମିନୀ ନାୟକଙ୍କ ସ୍ୱାମୀ ଟୁନା ନାୟକଙ୍କୁ ଯୋଜନାବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ସାଂଘାତିକ ଆକ୍ରମଣରେ ସମ୍ପୃକ୍ତ ୩ ଜଣ ଅଭିଯୁକ୍ତଙ୍କୁ ଶନିବାର ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ. ମହାପ୍ରସାଦ ମହାନ୍ତି ଗିରଫ କରି ବିଳମ୍ବିତ ସନ୍ଧ୍ୟାରେ ବ୍ରହ୍ମପୁର SDJM କୋର୍ଟକୁ ଚାଲାଣ କରିଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ କୁକୁଡ଼ାଖଣ୍ଡି ବ୍ଲକ୍ ଦିଗପହଣ୍ଡି ଥାନା ଚାଞ୍ଚଡ଼ାପଲ୍ଲୀ ଗ୍ରାମର ଭରତ ଗୌଡ଼ (୨୭), ସଞ୍ଜୟ ଗୌଡ଼ (୨୧) ଏବଂ ଟୁକୁନା ଗୌଡ଼ (୩୨)। ଦିଗପହଣ୍ଡି ଥାନା ମାମଲା ନଂ. ୪୩୨/୨୬ ଅନୁଯାୟୀ କୋର୍ଟରେ ଜାମିନ୍ ଆବେଦନ ଖାରଜ ହେବାରୁ ସମସ୍ତ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।

ସୂଚନା ଅନୁସାରେ, ଗୁରୁବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଟୁନା ନାୟକ ଚାଞ୍ଚଡ଼ାପଲ୍ଲୀ ଗ୍ରାମରୁ ନିଜ କାମ ସାରି ବାଇକ୍‌ ଯୋଗେ ନିଜ ଗାଁ ବନ୍ଥପଲ୍ଲୀକୁ ଫେରୁଥିଲେ। ଏହି ସମୟରେ ଚାଞ୍ଚଡ଼ାପଲ୍ଲୀ ଗାଁ ଠାକୁରାଣୀ ମନ୍ଦିର ନିକଟରେ ପୂର୍ବରୁ ଛକି ରହିଥିବା ଅଭିଯୁକ୍ତମାନେ ତାଙ୍କୁ ଅତର୍କିତ ଭାବେ ଖଣ୍ଡାରେ ମୁଣ୍ଡ, ବାମ ଗୋଡ଼ର ଆଣ୍ଠୁ ଓ ଡାହାଣ ଗୋଡ଼ର ପାଦକୁ ସାଂଘାତିକ ଭାବେ ହାଣି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏହି ଘଟଣାର ପରଦିନ ସରପଞ୍ଚ କାମିନୀ ନାୟକ ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ IIC କିଶୋର କୁମାର ସାମଲଙ୍କ ନିର୍ଦ୍ଦେଶକ୍ରମେ ମାମଲା ରୁଜୁ ହୋଇଥିଲା।

ଥାନା IIC ଓ ତଦନ୍ତକାରୀ ଅଧିକାରୀ ସଦଳବଳେ ବିଭିନ୍ନ ସନ୍ଦିଗ୍ଧ ସ୍ଥାନରେ ଚଢ଼ାଉ କରି ଶନିବାର ସକାଳ ପ୍ରାୟ ସାଢ଼େ ୧୧ଟାରେ ତିନି ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ। ପୋଲିସ ଜେରା ସମୟରେ ଅଭିଯୁକ୍ତ ଭରତ ଗୌଡ଼ ଠାକୁରାଣୀ ମନ୍ଦିର ନିକଟ ବୁଦା ମୂଳରେ ଲୁଚାଇ ରଖିଥିବା ମାରାତ୍ମକ ଖଣ୍ଡାକୁ ପୋଲିସକୁ ହସ୍ତାନ୍ତର କରିଥିଲା। ଏହାସହ ପୋଲିସ ଘଟଣାସ୍ଥଳରୁ ଟୁନାଙ୍କ ରକ୍ତଭିଜା ଜୋତା ଓ ଶାର୍ଟ ଜବତ କରିଛି।

ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଗତ ସେପ୍ଟେମ୍ବର ୧୬ ତାରିଖରେ ଚାଷ ଜମିରେ ପାଣି ମଡ଼ାଇବାକୁ ନେଇ ଟୁନାଙ୍କ ସହ କିଛି ଲୋକଙ୍କର ବଚସା ହୋଇଥିଲା ଏବଂ ସେତେବେଳେ ତାଙ୍କୁ ଜୀବନରେ ମାରିଦେବାକୁ ଧମକ ମଧ୍ୟ ମିଳିଥିଲା। ତେବେ ସ୍ଥାନୀୟ ଭଦ୍ରଲୋକଙ୍କ ହସ୍ତକ୍ଷେପ ପରେ ଘଟଣାର ଆପୋଷ ସମାଧାନ ହୋଇଯାଇଥିବାରୁ ସେତେବେଳେ ଥାନାରେ ଏତଲା ଦିଆଯାଇ ନ ଥିଲା ବୋଲି ସରପଞ୍ଚ କାମିନୀ ନାୟକ ପୋଲିସ ନିକଟରେ ନିଜ ବୟାନରେ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପାଟପୁର କଲେଜରେ ସରଗରମ ଛାତ୍ର ରାଜନୀତି: ବୟସାଧିକ କାରଣରୁ ୨ ପ୍ରାର୍ଥିପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଦିଗପହଣ୍ଡି,୧୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସ୍ଥିତ ବିଶ୍ୱାସରାୟ କଲେଜର ଛାତ୍ର ସଂସଦ ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି।…

ସ୍ୱାମପାଟଣା ଅଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ସରଗରମ: ସଭାପତି ପଦ ପାଇଁ ଚତୁର୍ମୁଖୀ ଲଢ଼େଇ, ୨୧ ପ୍ରାର୍ଥିପତ୍ର କାଏମ

ପାଟଣା,୧୦।୧୦ (ବୀର କିଶୋର ଦାଶ): ସ୍ୱାମପାଟଣା ସ୍ଥିତ ଅଞ୍ଚଳିକ ମହାବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଛାତ୍ର ସଂସଦ ନିର୍ବାଚନ ପାଇଁ ପାରଦ ବଢ଼ିବାରେ ଲାଗିଛି। ଯାଞ୍ଚ ପରେ ମୋଟ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?