ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ସମ୍ପୃକ୍ତ ସ୍ବାମୀ ବିଜୟଙ୍କୁ  ତଦନ୍ତକାରୀ ଅଧିକାରୀ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି  ଏଏସଆଇ ପ୍ରଭାତ କୁମାର ବାଲିକାନା ରବିବାର ଗିରଫ କରି ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟକୁ ଚାଲାଣ କରିଛନ୍ତି ।

ଥାନା ମାମଲା ନଂ.୩୬୫/୨୬ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ସ୍ବାମୀ ସଦା ସର୍ବଦା ସ୍ତ୍ରୀ ଲିଲି ଏବଂ ତାଙ୍କ ପୁଅ, ଝିଅଙ୍କୁ କିଛି କାରଣ ନଥାଇ ଛୋଟ ଛୋଟ କଥାରେ ମାଡ଼ ମାରୁଥିଲେ । ଗତ ଶୁକ୍ରବାର ବିଜୟ ତାଙ୍କ ସ୍ତ୍ରୀଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଲିଲି ୧୧୨ ପୋଲିସ ଟିମ୍ କୁ ଫୋନ କରିବାରେ ଫାଣ୍ଡି ଏଏସଆଇ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ବିଜୟଙ୍କୁ ବୁଝାସୁଝା କରି ଫେରିଥିଲେ। ଶନିବାର ଅପରାହ୍ନ ପ୍ରାୟ ୩ ଟାରେ  ବିଜୟ ନିଶାସକ୍ତ ଅବସ୍ଥାରେ ପୁଣି ଲିଲିଙ୍କୁ  ତୁ କଣ ପାଇଁ କାଲି ପୋଲିସକୁ ଡାକିଥିଲୁ କହି ସର୍ବସମ୍ମୁଖରେ ଗାଳି କରି ଅପମାନିତ କରିଥିଲେ।

ଲିଲି ପ୍ରତିବାଦ କରିବାରୁ ବିଜୟ ତାଙ୍କୁ ମୁଥ, ଲାତ,ଗୋଇଠା ମାରି ତଳେ ପକାଇ ଏକ ଲୁହା କୋଡ଼ିରେ ତାଙ୍କୁ ଜୀବନରେ ମାରିଦେବାକୁ ଉଦ୍ୟମ କରିଥିଲେ । ଝିଅ ଆସି ଛଡାଇବାରୁ କୋଡ଼ିଟି ତାଙ୍କ ବାମ ହାତକୁ ବାଜି ଆହାତ ହୋଇଥିଲେ । ଏନେଇ ଲିଲି ପାଟପୁର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଅଭିଯୁକ୍ତଙ୍କ ନାଁ ରେ ମକଦ୍ଦମା ରୁଜୁ କରିଥିଲେ ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଦାବିପତ୍ର

ଗଞ୍ଜାମ,୬।୯(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ୯ ବରପଲ୍ଲୀ ଗ୍ରାମକୁ ଉପଯୁକ୍ତ ରାସ୍ତା ଟିଏ ନଥିଲା । ଦୀର୍ଘ ବର୍ଷ ହେବ ମୋରମ ବିଛା…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଗୁରୁଙ୍କୁ ସମ୍ମାନ, ଶିକ୍ଷକଙ୍କୁ ସମ୍ବର୍ଦ୍ଧନା; ଭଞ୍ଜନଗର ବିଧାୟକ କହିଲେ…

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ରବିବାର ସନ୍ଧ୍ୟାରେ ‘ଗୁରୁ ପୂଜନ ସହ ସମ୍ବର୍ଦ୍ଧନା ଉତ୍ସବ’ ଅନୁଷ୍ଠିତ ହୋଇଯାଇଛି…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri