କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମର ଜୁରିଆ ସେଠୀ(୩୬) ଗତ ୨୦୨୪ ମେ ୨୦ ତାରିଖ ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଖାଇ ବସିଥିବା ବେଳେ ଆଜି କାହିଁକି ଆମିଷ ତରକାରୀ କରିନୁ ବୋଲି ସ୍ତ୍ରୀ ଚଞ୍ଚଳା ସେଠୀଙ୍କୁ ପଚାରିଥିଲେ। ସୋମବାର କାରଣରୁ ଆମିଷ ତରକାରୀ କରାଯାଇନଥିବା ଚଞ୍ଚଳା ସ୍ବାମୀଙ୍କୁ କହିଥିଲେ । ଏଥିରେ ଉତ୍ତେଜିତ ହୋଇ ଜୁରିଆ ତାଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ଏକ ଠେଙ୍ଗାରେ ଚଞ୍ଚଳାଙ୍କୁ ନିସ୍ତୁକ ଭାବେ ମାଡ଼ ମାରିଥିଲେ।

ଚଞ୍ଚଳାଙ୍କ ମୁଣ୍ଡ ଓ ଡାହାଣ ଆଖି ପତାରେ ଗଭୀର ଆଘାତ ହୋଇଥିଲା। ତାଙ୍କ ୨ ପୁଅ ଓ ସାହି ପଡୋଶୀ ଲୋକେ ତାଙ୍କୁ ରକ୍ତାକ୍ତ  ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ଘଟଣାର ପରଦିନ ଚଞ୍ଚଳା  ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ମାମଲା ନଂ.୨୨୩/୨୪ ଆଇପିସି ର ଦଫା – ୩୨୩/୫୦୬/୩୦୭ ଅନୁଯାୟୀ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଗିରଫ ଭୟରେ ଅଭିଯୁକ୍ତ ଘଟଣା ପରଠାରୁ ଫେରାର ଥିଲେ ।

ଅଭିଯୁକ୍ତ ଜୁରିଆ ବୁଧବାର ଗାଁରେ ଥିବା ଖବର ପାଇ ତଦନ୍ତକାରୀ ଅଧିକାରୀ ଏସ.ଆଇ ସୋଫିଆ ମିଶ୍ର ସଦଳବଳେ ତାଙ୍କ ଘରେ ଚଢ଼ାଉ କରି ଅପରାହ୍ନ ପ୍ରାୟ ୧ ଟାରେ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?