ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଏହି ଘଟଣାରେ ସମ୍ପୃକ୍ତ ସୁଶୀଳାଙ୍କ ସ୍ବାମୀ ବୁଡୁଙ୍କୁ ତଦନ୍ତକାରୀ ଅଧିକାରୀ ସୋଫିଆ ମିଶ୍ର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି । ଥାନା ମାମଲା ନଂ.୧୧୩/୨୬ ଭାରତୀୟ ନ୍ୟାୟ ସଂହିତା ର ଧାରା – ୮୫/୨୯୬/୧୧୫(୨)/୧୧୭(୨)/୩୫୧(୨)/୧୦୯ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ସୁଶୀଳା ଘର ବାରି ପଟେ ବାସନ ମାଜୁଥିବା ବେଳେ ସ୍ବାମୀ ବୁଡୁ ନିଶାସକ୍ତ ଅବସ୍ଥାରେ ତାଙ୍କୁ ମାଡ଼ ମାରି ତଳେ ପକାଇ ତଣ୍ଟି ଚିପି ମାରିଦେବାକୁ ଉଦ୍ୟମ କରିଥିଲେ । ପରେ ତାଙ୍କୁ ଚୁଟି ଧରି ଘୋଷାଡି ଘର ସମ୍ମୁଖକୁ ନେଇ ସେଠାରେ ଅସଦାଚରଣ କରିବା ସହ ଏକ ଶାବଳରେ ଭୁସି ଦେବାକୁ ଉଦ୍ୟମ କରିଥିଲେ । ବଡ଼ ପୁଅ ତାଙ୍କୁ ଛଡ଼ାଇବାକୁ ଉଦ୍ୟମ କରିବାରୁ ତାଙ୍କୁ ମଧ୍ୟ ମାରିଦେବାକୁ ଧମକ ଦେଇଥିଲେ ।ମୋବାଇଲ ଫୋନକୁ ଛଡାଇ ନେଇଥିଲେ । ଘଟଣାର ପରଦିନ ସୁଶୀଳା ଥାନାରେ ଏତଲା ଦେଇଥିଲେ।ଆଇଆଇସି କିଶୋର କୁମାର ସାମଲ ଏତଲାକୁ ଭିତ୍ତି କରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri