ଶିକୁଳାରେ ଫୁଟିଲା ଗୁଳି: ଯୁବକଙ୍କୁ ହତ୍ୟା ଉଦ୍ୟମ

ପୁରୁଷୋତ୍ତମପୁର,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରବିବାର ସକାଳେ ନିରଞ୍ଜନ ମହାରଣା ଓରଫ କୋକି ନାମକ ଜଣେ ଯୁବକଙ୍କୁ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିବା ସହ ଗୁଳି କରି ହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗ୍ରାମବାସୀ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ପରିସ୍ଥିତି ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। ଏହାର ଖବର ପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳକୁ ଆସି ଦୁଇଟି ଫୁଟିଥିବା ଗୁଳିର ଖୋଖାକୁ ଜବତ କରିବା ସହ ତଦନ୍ତ କରିବାରେ ଲାଗିଛନ୍ତି। ଘଟଣାରୁ ଜାଣିବାକୁ ମିଳିଛି ଯେ, ଶିକୁଳା ବ୍ରଜନଗର ସାହି ନିରଞ୍ଜନ ଓରଫ କୋକି ନିଜଘରୁ ଗ୍ରାମ ମଧ୍ୟକୁ ଚାଲି ଚାଲି ଆସୁଥିବା ବେଳେ କିଛି ଯୁବକ ଯୋଜନା ବଦ୍ଧ ଭାବେ ତାଙ୍କୁ ହତ୍ୟା କରିବା ଲାଗି ଲିଆଖାଇ ଛକ ନିକଟରେ ଛକି ରହିଥଲେ। କୋକିଙ୍କୁ ଦେଖି ସେମାନେ ଅତର୍କିତ ଭାବେ ଖଣ୍ଡାରେ ଆକ୍ରମଣ କରିଥିଲେ। ଜୀବନ ରକ୍ଷା ଲାଗି ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦୌଡ଼ି ଯାଇ ଜଣେ ବ୍ୟକ୍ତିଙ୍କ ଘରେ ପଶିଯାଇଥିଲେ। ଦୌଡ଼ି ଯିବା ସମୟରେ ଅଭିଯୁକ୍ତମାନେ କୋକିଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ଏହି ଘଟଣାର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ପୂର୍ବ ରାଜନୈତିକ ଶତ୍ରୁତା ବୋଲି ଗ୍ରାମରେ କିଛି ବ୍ୟକ୍ତି କହୁଥିବା ବେଳେ ଦୀର୍ଘ ପ୍ରାୟ ଦୁଇ ବର୍ଷ ହେଲା ଗ୍ରାମରେ କିଛି ସ୍ଥାନରେ ଜୁଆ ଖେଳଚାଲିଛି। ଏହି ଖେଳକୁ କେନ୍ଦ୍ର କରି ଘଟଣା ଘଟିଥିବା ଆଉ କିଛି ଲୋକ କହିଛନ୍ତି। ମାତ୍ର ପୋଲିସର ତଦନ୍ତ ପରେ ହିଁ ଘଟଣା ପ୍ରକୃତ ତଥ୍ୟ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri