ଶିକୁଳାରେ ଫୁଟିଲା ଗୁଳି: ଯୁବକଙ୍କୁ ହତ୍ୟା ଉଦ୍ୟମ

ପୁରୁଷୋତ୍ତମପୁର,୨୬ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ରବିବାର ସକାଳେ ନିରଞ୍ଜନ ମହାରଣା ଓରଫ କୋକି ନାମକ ଜଣେ ଯୁବକଙ୍କୁ କିଛି ବ୍ୟକ୍ତି ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିବା ସହ ଗୁଳି କରି ହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗ୍ରାମବାସୀ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ପରିସ୍ଥିତି ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। ଏହାର ଖବର ପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳକୁ ଆସି ଦୁଇଟି ଫୁଟିଥିବା ଗୁଳିର ଖୋଖାକୁ ଜବତ କରିବା ସହ ତଦନ୍ତ କରିବାରେ ଲାଗିଛନ୍ତି। ଘଟଣାରୁ ଜାଣିବାକୁ ମିଳିଛି ଯେ, ଶିକୁଳା ବ୍ରଜନଗର ସାହି ନିରଞ୍ଜନ ଓରଫ କୋକି ନିଜଘରୁ ଗ୍ରାମ ମଧ୍ୟକୁ ଚାଲି ଚାଲି ଆସୁଥିବା ବେଳେ କିଛି ଯୁବକ ଯୋଜନା ବଦ୍ଧ ଭାବେ ତାଙ୍କୁ ହତ୍ୟା କରିବା ଲାଗି ଲିଆଖାଇ ଛକ ନିକଟରେ ଛକି ରହିଥଲେ। କୋକିଙ୍କୁ ଦେଖି ସେମାନେ ଅତର୍କିତ ଭାବେ ଖଣ୍ଡାରେ ଆକ୍ରମଣ କରିଥିଲେ। ଜୀବନ ରକ୍ଷା ଲାଗି ସେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଦୌଡ଼ି ଯାଇ ଜଣେ ବ୍ୟକ୍ତିଙ୍କ ଘରେ ପଶିଯାଇଥିଲେ। ଦୌଡ଼ି ଯିବା ସମୟରେ ଅଭିଯୁକ୍ତମାନେ କୋକିଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳି ଚଳାଇଥିଲେ। ଏହି ଘଟଣାର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ପୂର୍ବ ରାଜନୈତିକ ଶତ୍ରୁତା ବୋଲି ଗ୍ରାମରେ କିଛି ବ୍ୟକ୍ତି କହୁଥିବା ବେଳେ ଦୀର୍ଘ ପ୍ରାୟ ଦୁଇ ବର୍ଷ ହେଲା ଗ୍ରାମରେ କିଛି ସ୍ଥାନରେ ଜୁଆ ଖେଳଚାଲିଛି। ଏହି ଖେଳକୁ କେନ୍ଦ୍ର କରି ଘଟଣା ଘଟିଥିବା ଆଉ କିଛି ଲୋକ କହିଛନ୍ତି। ମାତ୍ର ପୋଲିସର ତଦନ୍ତ ପରେ ହିଁ ଘଟଣା ପ୍ରକୃତ ତଥ୍ୟ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri