ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୨୧୭/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା -୧୨୬(୨)/୨୯୬/୧୧୫(୨)/୧୧୮(୧)/୧୨୭(୨)/୧୦୯/୧୫୧(୨)/୩(୫) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତା ଦ୍ୱୟଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଗତ ମେ ୧୯ ତାରିଖ ପୂର୍ବାହ୍ନ ପ୍ରାୟ ୧୦ଟାରେ ଗ୍ରାମର ଡି. ବିଜୟ ଗାଁ ଆଇଟିଆଇ ନିକଟସ୍ଥ କୁଟି ପୋଖରୀକୁ ଗାଧୋଇବା ପାଇଁ ଯାଉଥିବାବେଳେ ତାଙ୍କ ପଡୋଶୀ କୀର୍ତ୍ତନ ସେଠୀଙ୍କ ପୁଅ ଦୀପକ ଏବଂ ମୁଖା ପିନ୍ଧିଥିବା ତାଙ୍କ ଦୁଇ ସହଯୋଗୀ ଏକ ବାଇକରେ ପୋଖରୀ ନିକଟରେ ପହଞ୍ଚିଥିଲେ । ସେମାନେ ବିଜୟଙ୍କୁ ପୋଖରୀ ହିଡରେ ଅଟକାଇ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ପ୍ରତିବାଦ କରିବାରୁ ଦୀପକ ଏକ କାତିରେ ବିଜୟଙ୍କ ବେକକୁ ଲକ୍ଷ୍ୟ କରି ଚୋଟ ପକାଇଥିଲେ । ଫଳରେ ବିଜୟଙ୍କୁ ଗଭୀର ଆଘାତ ଲାଗିଥିଲା । ସେ ପ୍ରାଣ ବିକଳରେ ପୋଖରୀକୁ ଡେଇ ପଡ଼ିବାରୁ ଦୀପକ ଓ ତାଙ୍କ ଦୁଇ ସହଯୋଗୀ ଧମକ ଦେଇ ସେଠାରୁ ପଳାଇଥିଲେ। ବିଜୟ ଘରକୁ ଫେରୁଥିବାବେଳେ ଦୀପକଙ୍କ ବାପା କୀର୍ତ୍ତନ,ମା’ ଝୁନୁ,ଭାଇ ଶଙ୍କର,ଦାଦା ନରହରି,ଖୁଡି ବୁଧି ତାଙ୍କୁ ପୁଣି ରାସ୍ତାରେ ଅଟକାଇ ସଂଘବଦ୍ଧ ଭାବେ ମରଣାନ୍ତକ ମାଡ଼ ମାରି ହତ୍ୟା ଉଦ୍ୟମ କରିଥିଲେ। ବିଜୟ ରକ୍ଷାକର ରକ୍ଷାକର ବୋଲି ପାଟି କରିବାରୁ କିଛି ଗ୍ରାମବାସୀ ଘଟଣାସ୍ଥଳକୁ ଦୌଡ଼ି ଆସିବାରୁ ସେମାନେ ସେଠାରୁ ପଳାଇଥିଲେ। ବିଜୟ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘରକୁ ଆସି ସ୍ତ୍ରୀ କମଳାଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ । ସମ୍ପର୍କୀୟ ଲୋକଙ୍କ ସହାୟତାରେ କମଳା ସ୍ବାମୀଙ୍କୁ ଦିଗପହଣ୍ଡି ଗୋଷ୍ଠ ସ୍ବାାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ । ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ସ୍ତ୍ରୀ କମଳା ଦିଗପହଣ୍ଡି ଥାନାରେ ପହଞ୍ଚି ଅଭିଯୁକ୍ତ ମାନଙ୍କ ବିରୁଦ୍ଧରେ ଏତଲା ଦେଇଥିଲେ । ଅଭିଯୁକ୍ତମାନେ ବିଜୟଙ୍କୁ ହତ୍ୟା ଉଦ୍ୟମ କରିଥିବା ସହ କମଳାଙ୍କୁ ଅପହରଣ କରି ନେଇଯିବୁ ବୋଲି ଧମକ ଦେଇଥିବା ନେଇ ଏତଲାରେ ଉଲ୍ଲେଖ ଥିଲା । ଏତଲାକୁ ଭିତ୍ତିକରି ଅଭିଯୁକ୍ତମାନଙ୍କ ନାଁରେ ମକଦ୍ଦମା ରୁଜୁ କରାଯାଇଥିଲା। ତଦନ୍ତକାରୀ ଅଧିକାରୀ ଆଇଆଇସି କିଶୋର କୁମାର ସାମଲ ଘଟଣାର ପରଦିନ ଜଣେ ଅଭିଯୁକ୍ତ ନରହରି ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ବିଜୟ ରହୁଥିବା ଘରର ମାଲିକାନା ସତ୍ତ୍ୱକୁ ନେଇ ଦୀର୍ଘଦିନ ହେଲା ଉଭୟ ପରିବାର ମଧ୍ୟରେ ଲାଗିରହିଥିବା ଶତ୍ରୁତା କାରଣରୁ ଅଭିଯୁକ୍ତମାନେ ତାଙ୍କୁ ହତ୍ୟା ଉଦ୍ୟମ କରିଥିଲେ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?