ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର ସେଠୀଙ୍କୁ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ୍ ଶନିବାର ଅଭିଯୁକ୍ତ ବାଟୁଳା ସେଠୀ ଓରଫ ଶଙ୍କର ସେଠୀ (୨୧)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ମିଳିଥିବା ସୂଚନା ମୁତାବକ, ରାଜେନ୍ଦ୍ର ତାଙ୍କ ଧାନ ଚାଷ ଜମିରୁ ରମେଶ ସେଠୀଙ୍କ ଜମିକୁ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ପାଣି ଛାଡ଼ି ନଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ରମେଶ ଘରକୁ ଫେରିବା ପରେ ରାତି ପ୍ରାୟ ୯:୩୦ରେ ପୁଅ ବାଟୁଳାଙ୍କୁ ଏ ସମ୍ପର୍କରେ ଜଣାଇଥିଲେ। ଏଥିରେ ଉତ୍ତେଜିତ ହୋଇ ବାଟୁଳା ଘରୁ ଏକ ଖଣ୍ଡା ଧରି ରାଜେନ୍ଦ୍ରଙ୍କୁ ଖୋଜିବାକୁ ବାହାରିଥିଲେ। ଗାଁର ବଡ଼ମଠରେ ରାଜେନ୍ଦ୍ର ବସି ଜନ୍ମାଷ୍ଟମୀ ପ୍ରସାଦ ଖାଉଥିବା ସମୟରେ ବାଟୁଳା ସେଠାରେ ପହଞ୍ଚି ଗାଳିଗୁଲଜ କରିବା ସହ ତାଙ୍କ ମୁଣ୍ଡକୁ ଲକ୍ଷ୍ୟ କରି ଖଣ୍ଡା ଚୋଟ ପକାଇଥିଲେ। ତେବେ ରାଜେନ୍ଦ୍ର ଘୁଞ୍ଚି ଯିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ଏବଂ ବାଟୁଳା ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ ଛଡ଼ାଛଡ଼ି କରିବା ପରେ ରାଜେନ୍ଦ୍ର ସେଠାରୁ ଚାଲିଯାଇଥିଲେ।

ଏହାର କିଛି ସମୟ ପରେ ବାଟୁଳା ପୁଣି ରାଜେନ୍ଦ୍ରଙ୍କ ଘର ପାଖକୁ ଯାଇ ପରିବାର ଲୋକଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଶନିବାର ସକାଳେ ରାଜେନ୍ଦ୍ର ଦିଗପହଣ୍ଡି ଥାନାରେ ଏତଲା ଦେବା ପରେ ଆଇଆଇସି କିଶୋର କୁମାର ସାମଲ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏଏସଆଇ ଝୁନୁ ମାଝୀ ଅପରାହ୍ନ ପ୍ରାୟ ୧ଟାରେ ଅଭିଯୁକ୍ତ ବାଟୁଳାଙ୍କୁ ଗିରଫ କରିବା ସହ ଆକ୍ରମଣରେ ବ୍ୟବହୃତ ଖଣ୍ଡା ଜବତ କରିଥିଲେ।

ଥାନା ମାମଲା ନଂ. ୩୭୮/୨୬ (BNS ଦଫା ୩୨୯(୪)/୨୯୬/୧୦୯/୩୫୧(୨) ଓ ଆର୍ମସ ଆକ୍ଟର ଧାରା ୨୫(୧)(ଏ)/୨୭(୧)) ଅନୁଯାୟୀ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ୍-ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri