ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ବଳରାମଙ୍କୁ ତଦନ୍ତକାରୀ ଅଧିକାରୀ ଏଏସଆଇ ଝୁନୁ ମାଝୀ ଗୁରୁବାର ସକାଳେ ଗିରଫ କରି ଅପରାହ୍ନ ରେ କୋର୍ଟ ଚାଲାଣ କରିଛନ୍ତି। ମାମଲା ନଂ.୪୦୪/୨୬ ବିଏନଏସ ର ଦଫା -୧୨୬(୨)/୧୧୮(୧)/୨୯୬/୧୦୯/୩୫୧(୨) ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ ସୋମବାର ସକାଳ ପ୍ରାୟ ୮ ଟାରେ ପ୍ରକାଶ ଗାଁ ନିକଟ ତାଙ୍କ ଚାଷଜମିରେ କାମକରୁଥିବା ବେଳେ ବଳିଆ ହାତରେ ଏକ ଦା ‘ ଧରି ତାଙ୍କ ପାଖକୁ ଦୌଡ଼ି ଆସିବା ସହ ଗାଳିଗୁଲଜ କରିଥିଲେ । କଣ ପାଇଁ ଜମିର ହିଡ ବାନ୍ଧି ଆମ ଜମିକୁ ପାଣି ଛାଡୁନୁ କହି ଧରିଥିବା  ଦା ‘ ରେ ଆକ୍ରମଣ କରିବାରୁ ତାଙ୍କ ଡାହାଣ ହାତ ଓ ବେକକୁ ଆଘାତ ଲାଗିଥିଲା। ସେ ଅଚେତ ଅବସ୍ଥାରେ ତଳେ ପଡିଯିବାରୁ ପ୍ରକାଶ ମୃତ୍ୟୁବରଣ କରିଗଲା ଭାବନା କରି ବଳିଆ ସେଠାରୁ ଦୌଡି ପଳାଇଥିଲେ।

ଚେତା ଫେରିବାପରେ ପ୍ରକାଶ ବହୁ କଷ୍ଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘରେ ପହଞ୍ଚି ଭାଇଙ୍କୁ ସବୁ କଥା ଜଣାଇଥିଲେ । ଭାଇ ଓ ସମ୍ପର୍କୀୟ ଲୋକେ ତାଙ୍କୁ ଚିକିତ୍ସା ନିମନ୍ତେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରୁ ଚିକିତ୍ସା ହୋଇ ଫେରିବା ପରେ ପ୍ରକାଶ ଥାନାରେ ପହଞ୍ଚି ଏତଲା ଦେଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧୁବନ ଗ୍ରାମପଂଚାୟତର ସୁକୁଡୁବାଜୁ ନିକଟରେ ଧସିଲା ପାହାଡ଼, ରାସ୍ତା ଜାମ୍

ଗୁଡାରି,୨୪।୯(ପ୍ରମୋଦ କୁମାର ପତି): ଲଗାଣ ବର୍ଷାରେ ଗୁରୁବାର ଅପରାହ୍ନରେ ଗୁଡାରି ବ୍ଲକର ମଧୁବନ ଗ୍ରାମପଂଚାୟତ ଅନ୍ତର୍ଗତ ସୁକୁଡୁବାଜୁ ନିକଟରେ ପାହାଡ଼ରୁ ବଡ଼ ପଥର ଖସି ରାସ୍ତା ମଝିରେ…

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?