ଜଙ୍ଗଲକୁ କାଠ ଆଣି ଯାଇଥିବା ବେଳେ ଆଦିବାସୀ ମହିଳାଙ୍କୁ ବଳାତ୍କାର ଉଦ୍ୟମ, ୩ ଦିନ ଧରି ଅଭିଯୁକ୍ତ…

ଲାଞ୍ଜିଗଡ,୧୬ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ବିଧବା ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ.୨୬/୨୫) ରୁଜୁକରି ଅଭିଯୁକ୍ତ ଲାଖବାହିଲି ପଞ୍ଚାୟତ ବୁଣ୍ଡେଲ ଗ୍ରାମର ନୀଳକଣ୍ଠ ହରିଜନ(୫୫)ଙ୍କୁ ୩ ଦିନ ଧରି ଅଟକ ରଖି ତଦନ୍ତ ଚଳାଇଛି। ସ୍ବାମୀଙ୍କ ମୃତ୍ୟୁ ପରେ ମୂଲମଜୁରି କରି ଚାରି ସନ୍ତାନ ସହ କଷ୍ଟେମଷ୍ଟେ ଚଳୁଥିବା ମହିଳା ଜଣଙ୍କ ଥାନାରେ କରିଥିବା ଅଭିଯୋଗ ଅନୁସାରେ, ଗତ ଶନିବାର ସେ ନିଜ ଘରେ ଛାତ ପକାଇବା ପାଇଁ ଗାଁ ନିକଟ ଜଙ୍ଗଲକୁ କାଠ ଆଣିବାକୁ ଯାଇଥିଲେ। ସେ କାଠ ହାଣିବା ସମୟରେ ନୀଳକଣ୍ଠ ପଛପଟୁ ଆସି ତାଙ୍କ ହାତ ଧରିଥିଲେ। ମହିଳା ଜଣଙ୍କ ଛଡ଼ାଇବା ଉଦ୍ୟମ କରି ମଧ୍ୟ ବିଫଳ ହୋଇଥିଲେ। ଶେଷରେ ମହିଳା ନୀଳକଣ୍ଠଙ୍କୁ ଜୋରରେ ଠେଲିଦେଇ ସେଠାରୁ ଖସି ଘରକୁ ଚାଲିଆସିଥିଲେ। ନୀଳକଣ୍ଠ ତାଙ୍କୁ ବଳାତ୍କାର ପାଇଁ ଏଭଳି କରୁଥିବା ନେଇ ଶନିବାର ମହିଳା ବିଜେପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାସହ ତାଙ୍କୁ ଉଚିତ ଦଣ୍ଡ ଦେବାପାଇଁ ସେ ପୋଲିସ ଆଗରେ ଗୁହାରି କରିଥିଲେ। ଏ ନେଇ ବିଜେପୁର ଥାନା ଅଧିକାରୀ ନିଳାମ୍ବର ଜାନୀଙ୍କୁ ପଚାରିବାରୁ ମହିଳାଙ୍କ ଅଭିଯୋଗ ଅନୁସାରେ ବିଜେପୁର ଥାନାରେ ଏକ ମାମଲା ରୁଜୁ କରି ନୀଳକଣ୍ଠଙ୍କୁ ଥାନାରେ ରଖି ତଦନ୍ତ ଚାଲିଛି ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?