ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ, ଚର୍ଚ୍ଚାରେ ଏଫ୍‌ଏମ୍‌ ବିଶ୍ୱବିଦ୍ୟାଳୟ

ବାଲେଶ୍ୱର, ୨୭।୭ (ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀଙ୍କ ଆତ୍ମାହୁତି ନିଅଁାର ତାତି କମି ନ ଥିବାବେଳେ ଫକୀରମୋହନ ବିଶ୍ୱବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିବା ପରେ ନୀଳଗିରି ଅଞ୍ଚଳର ଅଭିଯୁକ୍ତ ଯୁବକଙ୍କୁ ଅଟକ ରଖାଯାଇଛି।

ଅଭିଯୋଗକୁ ଭିତ୍ତିକରି ମାମଲା(ନଂ.୧୩୧/୨୫) ରୁଜୁ ସହ ତଦନ୍ତ ଜାରି ରହିଥିବା ପୋଲିସ କହିଛି। ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଏଫ୍‌ଏମ୍‌ୟୁ କ୍ୟାମ୍ପସ କ୍ୱାର୍ଟର୍ସରେ ଏକାକୀ ଥିବା ବେଳେ ଏହାର ସୁଯୋଗ ନେଇ ଯୁବକ ଜଣକ ତାଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ପ୍ରଥମେ ଘଟଣା ସମ୍ପର୍କରେ ଏଫ୍‌ଏମ୍‌ୟୁ କୁଳପତିଙ୍କୁ ଅବଗତ କରାଇଥିଲେ। ପରେ ଥାନାରେ ଅଭିଯୋଗ କରିଥିଲେ। ତେବେ କେଉଁ ପରିସ୍ଥିତିରେ ଯୁବକ ସେଠାରେ ପହଞ୍ଚି ଏଭଳି କାଣ୍ଡ ଘଟାଇଥିଲେ ତାହା ସ୍ପଷ୍ଟ ହୋଇନାହିଁ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତନାଘନା ଜାରି ରଖିଛି। ରବିବାର ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯିବ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri