ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: କନଷ୍ଟେବଲଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୪ା୬(ପ୍ରମୋଦ ବହିଦାର):ସମ୍ବଲପୁର ବରେଇପାଲି ଥାନା ଅଞ୍ଚଳର ଜଣେ ୧୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଓଏପିଏଫ୍‌ କନଷ୍ଟେବଲ। ସେ ହେଉଛନ୍ତି ବରେଇପାଲି ଥାନା କନଷ୍ଟେବଲ ବିରଞ୍ଚତ୍ ମୁଣ୍ଡା(୩୮)। ଏହାକୁ ନେଇ ବରେଇପାଲି ଥାନାରେଭାରତୀୟ ନ୍ୟାୟ ସଂହିତାର ଦଫା ୧୨୬(୨) ଓ ୭୫(୨)ରେ ଏକ ମାମଲା(ନଂ. ୯୬/୨୫) ରୁଜୁ କରି ପୋଲିସ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଥିଲା। ସମ୍ବଲପୁର ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ସମ୍ବଲପୁର ମଣ୍ଡଳ ଜେଲ୍‌କୁ ପଠାଇ ଦିଆଯାଇଛି।
ମିଳିଥିବା ସୂଚନା ଅନୁସାରେ ଅଭିଯୁକ୍ତ କନଷ୍ଟେବଲ ମୁଣ୍ଡା ପୀଡ଼ିତାଙ୍କ ଘରେ ଭଡ଼ାରେ ରହୁଥିଲେ। ରବିବାର ରାତିରେ ପରିବାର ଲୋକ ଶୀତଳଷଷ୍ଠୀ ଶୋଭାଯାତ୍ରା ଦେଖିବାକୁ ଯାଇଥିଲେ। ଏକାକୀ ପାଇ ନାବାଳିକାଙ୍କୁ ଏକ ନିର୍ଜନ ସ୍ଥାନକୁ ନେଇ ଅଭିଯୁକ୍ତ ମୁଣ୍ଡା ବଳାକତ୍ାର ଉଦ୍ୟମ କରିଥିଲେ। ମାତ୍ର ପୀଡ଼ିତା କୌଶଳକ୍ରମେ ଅଭିଯୁକ୍ତଙ୍କ କବଳରୁ ଖସି ଆସି ପଡ଼ାବାସୀଙ୍କୁ ଜଣାଇ ଥିଲେ। ଏହା ଶୁଣିବା ପରେ ପଡ଼ାରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିବାର ଲୋକ ପଡ଼ାବାସୀଙ୍କ ସହ ଆସି ସୋମବାର ସକାଳେ ବରେଇପାଲି ଥାନାରେ ଏତଲା ଦେଇଥିଲେ। ପରିବାର ଲୋକଙ୍କ ଏତଲା ଆଧାରରେ ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri