ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ: କନଷ୍ଟେବଲଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର,୪ା୬(ପ୍ରମୋଦ ବହିଦାର):ସମ୍ବଲପୁର ବରେଇପାଲି ଥାନା ଅଞ୍ଚଳର ଜଣେ ୧୪ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଓଏପିଏଫ୍‌ କନଷ୍ଟେବଲ। ସେ ହେଉଛନ୍ତି ବରେଇପାଲି ଥାନା କନଷ୍ଟେବଲ ବିରଞ୍ଚତ୍ ମୁଣ୍ଡା(୩୮)। ଏହାକୁ ନେଇ ବରେଇପାଲି ଥାନାରେଭାରତୀୟ ନ୍ୟାୟ ସଂହିତାର ଦଫା ୧୨୬(୨) ଓ ୭୫(୨)ରେ ଏକ ମାମଲା(ନଂ. ୯୬/୨୫) ରୁଜୁ କରି ପୋଲିସ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରିଥିଲା। ସମ୍ବଲପୁର ଏସ୍‌ଡିଜେଏମ୍‌ କୋର୍ଟରେ ଜାମିନ ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ ସମ୍ବଲପୁର ମଣ୍ଡଳ ଜେଲ୍‌କୁ ପଠାଇ ଦିଆଯାଇଛି।
ମିଳିଥିବା ସୂଚନା ଅନୁସାରେ ଅଭିଯୁକ୍ତ କନଷ୍ଟେବଲ ମୁଣ୍ଡା ପୀଡ଼ିତାଙ୍କ ଘରେ ଭଡ଼ାରେ ରହୁଥିଲେ। ରବିବାର ରାତିରେ ପରିବାର ଲୋକ ଶୀତଳଷଷ୍ଠୀ ଶୋଭାଯାତ୍ରା ଦେଖିବାକୁ ଯାଇଥିଲେ। ଏକାକୀ ପାଇ ନାବାଳିକାଙ୍କୁ ଏକ ନିର୍ଜନ ସ୍ଥାନକୁ ନେଇ ଅଭିଯୁକ୍ତ ମୁଣ୍ଡା ବଳାକତ୍ାର ଉଦ୍ୟମ କରିଥିଲେ। ମାତ୍ର ପୀଡ଼ିତା କୌଶଳକ୍ରମେ ଅଭିଯୁକ୍ତଙ୍କ କବଳରୁ ଖସି ଆସି ପଡ଼ାବାସୀଙ୍କୁ ଜଣାଇ ଥିଲେ। ଏହା ଶୁଣିବା ପରେ ପଡ଼ାରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିବାର ଲୋକ ପଡ଼ାବାସୀଙ୍କ ସହ ଆସି ସୋମବାର ସକାଳେ ବରେଇପାଲି ଥାନାରେ ଏତଲା ଦେଇଥିଲେ। ପରିବାର ଲୋକଙ୍କ ଏତଲା ଆଧାରରେ ପୋଲିସ ମଙ୍ଗଳବାର ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri