ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ଗିରଫ

ବଡବିଲ, ୪।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଲାଣୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇ ଅଭିଯୁକ୍ତ ପ୍ରତାପ ପୃଷ୍ଟି ଓରଫ୍‌ ଧଳିଆଙ୍କୁ ଗିରଫ କରିଛି। ଏନେଇ ଥାନାରେ ଦଫା ୩୬୬, ୩୪୧, ୩୫୪, ୩୫୪(ଏ), ୩୫୪(ବି), ୩୨୩, ୩୦୭ ଆଇପିସି ଏବଂ ୮ ପୋକ୍‌ସୋ ଆକ୍ଟ ଅନୁଯାୟୀ ଏକ ମାମଲା(ନଂ.୩୯/୨୦) ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ନାବାଳିକା ଜଣକ ବଲାଣୀ ବସ୍‌ଷ୍ଟାଣ୍ଡକୁ ଜଳଖିଆ ଆଣିବାକୁ ଯାଇଥିଲା ବେଳେ ସେଠାରେ ଥିବା ପ୍ରତାପ ତାଙ୍କୁ ୨୦ ଟଙ୍କା ଦେଇଥିଲେ। ପରେ ତାଙ୍କର ପିଛା କରି ସୁଯୋଗ ଦେଖି ବଳପୂର୍ବକ ନିକଟସ୍ଥ ବଜାର ବସ୍ତିର ଅନ୍ଧାରିଆ ସ୍ଥାନକୁ ଟେକି ନେଇ ବଳାତ୍କାର ଉଦ୍ୟମ କରିଥିଲେ। ନାବାଳିକା ଜଣକ ଚିତ୍କାର କରିବାରୁ ପ୍ରତାପ ତାଙ୍କୁ ମାଡ଼ ମାରିବା ସହ ଘଟଣା ସମ୍ପର୍କରେ କାହାରିକୁ କହିଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ନାବାଳିକା କୌଣସି ମତେ ଯୁବକଙ୍କ କବଳରୁ ଖସି ଆସି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ପ୍ରତାପଙ୍କୁ କାବୁ କରି ପୋଲିସର ଜିମା ଦେବା ସହ ଅଭିଯୋଗ କରିଥିଲେ। ରବିବାର ଡାକ୍ତରୀ ମାଇନା ପରେ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?