ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର

ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା ଥାନା ଓ ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ହେଲେ ରାଜକିଶୋର ବେହେରା। ତାଙ୍କ ଘର ଏହି ପଞ୍ଚାୟତରେ ହୋଇଥିବା ବେଳେ କୋରାପୁଟ ଜିଲାରେ ଏକ ସରକାରୀ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ। ସେ ଏହି ପଞ୍ଚାୟତରେ ଥିବା ଜଣେ ସମ୍ପର୍କୀୟ ମାଈଁଙ୍କ ଘରକୁ ଆସିଥିଲେ। ଶୁକ୍ରବାର ରାତିରେ ପୀଡ଼ିିତା ୨ ନାବାଳକ ପୁତ୍ରଙ୍କ ସହ ନିଜ ଘରେ ଶୋଇଥିଲେ। ରାତି ପ୍ରାୟ ୧୦ଟା ୩୦ରେ ଘରେ ସ୍ବାମୀ ନ ଥିବା ସମୟରେ ରାଜକିଶୋର ଶିଡ଼ି ଦେଇ ତାଙ୍କ ଘର ଭିତରକୁ ପଶିଥିଲେ। ମହିଳାଙ୍କ ୨ ପୁତ୍ରଙ୍କୁ ଗୋଟିଏ ଘରେ କବାଟ କିଳି ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଏହି ସମୟରେ ସ୍ବାମୀ ଘରକୁ ଫେରି ଅଭିଯୁକ୍ତ ରାଜକିଶୋରଙ୍କୁ ଉଲଗ୍ନ ଅବସ୍ଥାରେ କାବୁ କରିଥିଲେ। ମାତ୍ର କୌଣସିମତେ ସେ ଫେରାର ହୋଇଯାଇଥିଲେ। ପୀଡ଼ିତାଙ୍କ ଅଭିଯୋଗକ୍ରମେ ଥାନାରେ ମାମଲା (ନଂ.୧୩୬/୨୦)ରୁଜୁ ହୋଇଛି। ଏନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri