ପୁଅଙ୍କୁ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଶିକ୍ଷକ ଫେରାର

ମାହାଙ୍ଗା,୨୮ା୬(ସ୍ବ.ପ୍ର.): ମାହାଙ୍ଗା ଥାନା ପୋଡାମରାଇ ପଞ୍ଚାୟତରେ ୨ ନାବାଳକ ପୁଅଙ୍କୁ ଘରେ କବାଟ କିଳି ମା’ଙ୍କୁ ବଳାତ୍କାର ଉଦ୍ୟମ ହୋଇଛି। ଏନେଇ ପୀଡିତା ଶନିବାର ମାହାଙ୍ଗା ଥାନା ଓ ଗଣମାଧ୍ୟମ ସମ୍ମୁଖରେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତ ହେଲେ ରାଜକିଶୋର ବେହେରା। ତାଙ୍କ ଘର ଏହି ପଞ୍ଚାୟତରେ ହୋଇଥିବା ବେଳେ କୋରାପୁଟ ଜିଲାରେ ଏକ ସରକାରୀ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ। ସେ ଏହି ପଞ୍ଚାୟତରେ ଥିବା ଜଣେ ସମ୍ପର୍କୀୟ ମାଈଁଙ୍କ ଘରକୁ ଆସିଥିଲେ। ଶୁକ୍ରବାର ରାତିରେ ପୀଡ଼ିିତା ୨ ନାବାଳକ ପୁତ୍ରଙ୍କ ସହ ନିଜ ଘରେ ଶୋଇଥିଲେ। ରାତି ପ୍ରାୟ ୧୦ଟା ୩୦ରେ ଘରେ ସ୍ବାମୀ ନ ଥିବା ସମୟରେ ରାଜକିଶୋର ଶିଡ଼ି ଦେଇ ତାଙ୍କ ଘର ଭିତରକୁ ପଶିଥିଲେ। ମହିଳାଙ୍କ ୨ ପୁତ୍ରଙ୍କୁ ଗୋଟିଏ ଘରେ କବାଟ କିଳି ତାଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଏହି ସମୟରେ ସ୍ବାମୀ ଘରକୁ ଫେରି ଅଭିଯୁକ୍ତ ରାଜକିଶୋରଙ୍କୁ ଉଲଗ୍ନ ଅବସ୍ଥାରେ କାବୁ କରିଥିଲେ। ମାତ୍ର କୌଣସିମତେ ସେ ଫେରାର ହୋଇଯାଇଥିଲେ। ପୀଡ଼ିତାଙ୍କ ଅଭିଯୋଗକ୍ରମେ ଥାନାରେ ମାମଲା (ନଂ.୧୩୬/୨୦)ରୁଜୁ ହୋଇଛି। ଏନେଇ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?