ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ ମାମଲା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ଯୁବକ ଉକ୍ତ ଯୁବତୀଙ୍କୁ ଅସଦାଚରଣ କରିବାକୁ ପ୍ରୟାସ କରି ସ୍ଥାନୀୟ ଲୋକଙ୍କ ହାବୁଡ଼ରେ ପଡ଼ି ନିସ୍ତୁକ ମାଡ଼ ଖାଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଯୁବତୀ ଜଣକ ୧୬ ନଂ ଜାତୀୟ ରାଜପଥ ଦେଇ ବାଲେଶ୍ୱର ଅଭିମୁଖେ ଯାଉଥିବା ସମୟରେ ଯୁବକ ଜଣକ ତାଙ୍କୁ ଲିଫ୍ଟ ଦେଇଥିଲେ। ହେଲେ ପରେ ଯୁବକ ଜଣଙ୍କ ତାଙ୍କୁ ଅସଦାଚରଣ କରିବା ସହ ବଳାତ୍କାର ଉଦ୍ୟମ କରିଥିଲେ। ଏଥିରେ ଭୟଭୀତ ହୋଇ ଯୁବତୀ ଜଣକ ଜୋରରେ ଚିତ୍କାର କରିଥିଲେ।

ଯୁବତୀଙ୍କ ଚିତ୍କାର ଶୁଣି ଆଖପାଖରେ ଥିବା ସ୍ଥାନୀୟ ଲୋକେ ସେଠାରେ ରୁଣ୍ଡ ହୋଇଯାଇଥିଲେ। ଲୋକେ ଯୁବତୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ଉକ୍ତ ଯୁବକଙ୍କୁ କାବୁ କରି ସେଠାରେ ହିଁ ଉତ୍ତମମଧ୍ୟମ ଦେଇଥିଲେ। ଲୋକଙ୍କ ମାଡ଼ରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି।

ଘଟଣା ସମ୍ପର୍କରେ ଖବର ପାଇ ସଦର ଥାନା ପୁଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ପରେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଛି।

ଏହି ବର୍ବରକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ପୋଲିସ ପକ୍ଷରୁ ମାମଲାର ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri