କଡ଼ା ସୁରକ୍ଷାରେ ଥିବା ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ: ଧରାପଡ଼ିଗଲେ ଅଭିଯୁକ୍ତ

ଲାଞ୍ଜିଗଡ଼,୧୪।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ଥିବା ଏଟିଏମ୍‌ କାଉଣ୍ଟର ଭାଙ୍ଗି ଲୁଟ୍‌ ଉଦ୍ୟମ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି I ଗିରଫ ଅଭିଯୁକ୍ତ ଜଣକ ହେଲେ ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଘଡେଇତୋଟାର ଶଙ୍କର ହରିଜନ(୨୭)।

ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତମାନେ ଶୁକ୍ରବାର ବିଳମ୍ବିତ ରାତିରେ ଲାଞ୍ଜିଗଡ଼ସ୍ଥିତ ବେଦାନ୍ତ ଲିମିଟେଡ ପରିସରରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାର ଏଟିଏମ୍‌ କାଉଣ୍ଟର ସଟର ଭାଙ୍ଗିବାକୁ ଚେଷ୍ଟା କରିଥିଲେ। ଏଥିରେ ସଫଳ ନ ହେବାରୁ ଉପରେ ଥିବା କାଚ କବାଟ ଭାଙ୍ଗି ଭିତରେ ପଶି ଥିଲେ। ପରେ ସେମାନେ ଏଟିଏମ୍‌ ତାଡ଼ି ଲୁଟ୍‌ ଉଦ୍ୟମ କରିଥିଲେ। ହେଲେ ଏଥିରେ ସେମାନେ ସଫଳ ହୋଇ ନ ଥିଲେ।

ଏହି ସମ୍ପର୍କରେ ଖବର ପାଇ ଶନିବାର ଭୋରରୁ ଲାଞ୍ଜିଗଡ ଶାଖା ପରିଚାଳକ ସତୀଶ ମହାକୁଡ଼ ଏବଂ ବ୍ୟାଙ୍କର ସମସ୍ତ କର୍ମଚାରୀ, କେସିଙ୍ଗା ଉପଖଣ୍ଡ ପୋଲିସ ଅଧିକାରୀ ସନ୍ଦୀପ ମାଝୀ, ଲାଞ୍ଜିଗଡ଼ ଥାନା ଅଧିକାରୀ ଯଶୋବନ୍ତ କୁମାର ହିଆଲଙ୍କ ନେତୃତ୍ୱରେ ଏସ୍‌ଆଇ ଡୋଳାମଣି ବିଶି, ଏଏସ୍‌ଆଇ ବଳଭଦ୍ର ଗୌଡ଼ଙ୍କ ସହ ପୋଲିସ କର୍ମଚାରୀ ପହଞ୍ଚି ସିସିଟିଭି ଯାଞ୍ଚ କରିବା ସହିତ ତଦନ୍ତ ଆରମ୍ଭ କରିଥିଲେ। ତେବେ ବ୍ୟାଙ୍କ ଶାଖା ପକ୍ଷରୁ ଏଟିଏମ୍‌ରେ ନିଜସ୍ବ ସୁରକ୍ଷା କର୍ମଚାରୀ ନ ଥିବାବେଳେ ବେଦାନ୍ତ କମ୍ପାନୀର କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବା ଏଟିଏମ କାଉଣ୍ଟରରେ ଚୋରି ଉଦ୍ୟମ ହେବ ବର୍ତ୍ତମାନ ସାଧାରଣ ଲୋକଙ୍କୁ ଚକିତ କରିଛି।

ଖବର ପାଇ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ ଭବାନୀପାଟଣାରୁ ଏଚ୍‌ଆର ମ୍ୟାନେଜର ରଶ୍ମି ରଞ୍ଜନ ଦାସ, ଚାନେଲ ମ୍ୟାନେଜର ଅଜୟ କୁମାର ସାହୁ ଲାଞ୍ଜିଗଡ଼ରେ ପହଞ୍ଚି ତଦନ୍ତ କରିଥିଲେ। ପରେ ଲାଞ୍ଜିଗଡ଼ ଶାଖା ପରିଚାଳକ ସତୀଶ ମହାକୁଡ଼ଙ୍କ ସହିତ ଲାଞ୍ଜିଗଡ ଥାନାରେ ଲିଖିତ ଅଭିଯୋଗ କରିଥିଲେ I

ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ତଦନ୍ତ କରି ଫିଙ୍ଗର ପ୍ରିଣ୍ଟ ଯାଞ୍ଚ କରିଥିଲା I ଅଭିଯୋଗ ଆଧାରରେ ପୋଲିସ କାରଖାନା ଗେଟରେ ଲାଗିଥିବା ସିସିଟିଭି ଯାଞ୍ଚ କରି ଅଭିଯୁକ୍ତ ଶଙ୍କରଙ୍କୁ ଗିରଫ କରିଥିଲା।

ଏପରିକି ଘଟଣାରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ପୋଲିସ ଏହାର ତଦନ୍ତ କରୁଥିବା କେସିଙ୍ଗା ଏସ୍‌ଡିପିଓ ମାଝୀ ପ୍ରକାଶ କରିଥିଲେ I ଏନେଇ ଲାଞ୍ଜିଗଡ଼ ଥାନାରେ ଏକ ମାମଲା(ନଂ.୯୦/୨୫) ରୁଜୁ ହୋଇଛି। ଧାରା ୩୩୧(୪)୩୦୫(C)୬୨ ବିଏନ୍‌ଏସ୍‌ରେ ଅଭିଯୁକ୍ତ ଶଙ୍କରଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଏସଆଇ ଡୋଳାମଣି ବିଶି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ସାଂଘାତିକ ଧମକ, ଦେଲେ ୪୮ ଘଣ୍ଟାର ଅଲ୍ଟିମେଟମ୍‌, ସାରା ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୨।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଇରାନ ବିରୁଦ୍ଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସେ ଇରାନକୁ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ଦେଇଛନ୍ତି। ସେ ଚେତାବନୀ…

ମା’ ସମଲେଶ୍ବରୀଙ୍କ କୁଷ୍ମାଣ୍ଡା ବେଶ: ସକାଳୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୨।୩( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ଚତୁର୍ଥ ଦିବସ ରବିବାରରେ ଦେବୀ କୁଷ୍ମାଣ୍ଡା ବେଶରେ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri