ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ, ବର୍ତ୍ତିଲେ ଦମ୍ପତି

ବୁଗୁଡ଼ା,୨୮ା୨(ଡି.ଏନ.ଏ.) ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲି-ବାଘୁଆ ମଧ୍ୟରେ ଶନିବାର ମଧ୍ୟରାତ୍ରରେ ମୁଖ୍ୟ ରାସ୍ତାରେ କାଠ ପକାଇ ଡକାୟତି ଉଦ୍ୟମ ହୋଇଛି। ଏଥିରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଦମ୍ପତି। କାର ଯୋଗେ ଭୁବନେଶ୍ୱରରୁ ବୁଗୁଡ଼ା ଆସୁଥିବା ବେଳେ ହୋଇଥିଲା ଲୁଟ ଉଦ୍ୟମ।
ଅଭିଯୋଗ ଅନୁସାରେ, ବୁଗୁଡ଼ା ଏନ୍‌ଏସି ବୀର ଧନର୍ଜୟପୁର ଗ୍ରାମର ସୁରେଶ ଚନ୍ଦ୍ର ଦାଶଙ୍କ ପୁଅ ସନ୍ଦୀପ ଓ ବୋହୂ ଅମ୍ରିତା ଶର୍ମା କାର ଯୋଗେ ଆସୁଥିବା ବେଳେ ରାତି ପ୍ରାୟ ସାଢେ ବାରଟାରେ ରାସ୍ତାରେ କାଠ ପଡ଼ିଥିବା ଦେଖି ତାଙ୍କ ଡ୍ରାଇଭର ଗାଡିକୁ ରଖିବା କ୍ଷଣି ୫ ଜଣ ଦୁର୍ବୃତ୍ତ ହାତରେ ଖଣ୍ଡା କାତି ଧରି ଗାଡି ଉପରକୁ ଝପଟି ଆସି ଗାଡିର ଉଭୟ ପଟ ଡୋର କାଚ ଭାଙ୍ଗି ଦେଇଥିଲେ ଏବଂ ଗାଳିଗୁଲଜ କରି ଯାହା ରଖିଛ ଦେଇଦିଅ ବୋଲି ଧମକ ଦେଇଥିଲେ। ତେବେ ଉପସ୍ଥିତ ବୁଦ୍ଧି ଖଟାଇ ରାସ୍ତାରେ ପଡ଼ିଥିବା କାଠଗଣ୍ଡି ଉପରେ ଗାଡି ଚଡାଇ ଡ୍ରାଇଭର ଗାଡିକୁ ଦ୍ରୁତ ଗତିରେ ନେଇ ପଳାଇ ଆସିବାରେ ସକ୍ଷମ ହୋଇଥିଲେ। ଫଳରେ ଏକ ନିଶ୍ଚିତ ଲୁଟ୍‌ରୁ ବର୍ତ୍ତି ଯାଇଛନ୍ତି। ରବିବାର ଏନେଇ ବୁଗୁଡ଼ା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri