ସ୍ତ୍ରୀ, ପୁଅଙ୍କୁ ଗୁଳି ଉଦ୍ୟମ

ଛେଣ୍ଡିପଦା,୪।୯(ସ୍ବ.ପ୍ର.): ପ୍ରଥମ ସ୍ତ୍ରୀ ଓ ପୁଅଙ୍କୁ ଆକ୍ରମଣ ଅଭିଯୋଗରେ ଜେଲ୍‌ ଯାଇ କିଛିଦିନ ତଳେ ବେଲ୍‌ରେ ଆସିଥିବା ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡା ଗ୍ରାମର ନଗେନ ନାଏକ ପୁଣି ସେମାନଙ୍କୁ ମାରିବାକୁ ଉଦ୍ୟମ କରିଛନ୍ତି। ଶନିବାର ସେ ପ୍ରଥମ ସ୍ତ୍ରୀ ଓ ପୁଅଙ୍କୁ ଗୁଳି କରିବାକୁ ଗୋଡ଼ାଇବା ବେଳେ ଖବରପାଇ ପୋଲିସ ପହଞ୍ଚି ତାଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ଏକ ଦେଶୀ ବନ୍ଧୁକ ସହ ୫ ରାଉଣ୍ଡ ଜୀବନ୍ତ ଗୁଳି ଜବତ କରାଯାଇଛି।
ପୋଲିସ କହିଛି, ବାଗଡିଆ ବିଟ୍‌ ହାଉସ ଅନ୍ତର୍ଗତ ପାତ୍ରପଡା ହରିଜନ ସାହିର ନଗେନ କିଛିଦିନ ତଳେ ପ୍ରଥମ ସ୍ତ୍ରୀ ଅଞ୍ଜନା ନାଏକ ଓ ପୁଅ ମାନସ ନାଏକଙ୍କୁ ମାଡ଼ ମାରିଥିଲେ। ଏପରି କି ପୁଅଙ୍କ ହାତ ଭାଙ୍ଗିଦେଇଥିଲେ। ଏ ନେଇ ଅଭିଯୋଗ ପରେ ନଗେନଙ୍କୁ ଗିରଫ କରାଯାଇଥିଲା। କିଛି ଦିନ ହେବ ସେ ବେଲ୍‌ରେ ଆସି ଦ୍ୱିତୀୟ ସ୍ତ୍ରୀଙ୍କ ନିକଟରେ ରହୁଥିଲେ। ତେବେ ପୂର୍ବ ରାଗ ଶୁଝାଇବାକୁ ସେ ଏକ ବାଇକ୍‌ରେ ଆସି ପ୍ରଥମ ସ୍ତ୍ରୀ ଅଞ୍ଜନା ଓ ପୁଅ ମାନସଙ୍କ ନିକଟରେ ପହଞ୍ଚି ଗାଳିଗୁଲଜ କରିଥିଲେ। ପରେ ବାଇକ୍‌ ସିଟ ତଳେ ଲୁଚାଇ ରଖିଥିବା ବନ୍ଧୁକ ବାହାର କରି ଗୁଳି କରିବାକୁ ଗୋଡ଼ାଇଥିଲେ। ଭୟରେ ଉଭୟ ଦୌଡ଼ି ପଳାଇଯାଇ ଲୁଚି ରହିବା ସହ ସାହି ଲୋକଙ୍କୁ ଡାକ ପକାଇଥିଲେ। ଖବରପାଇ ପୋଲିସ ପହଞ୍ଚି ନଗେନଙ୍କୁ କାବୁ କରିବା ସହିତ ବନ୍ଧୁକ ଓ ୫ଟି ଜୀବନ୍ତ ଗୁଳି ଜବତ କରିଥିଲେ। ପୁଅ ମାନସ ଏ ନେଇ ଲିଖିତ ଅଭିଯୋଗ କରିବା ପରେ ପୋଲିସ ନଂ. ୪୨୩/୨୨ରେ ମାମଲା ରୁଜୁ କରି ନଗେନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?