ପ୍ରେମିକାଙ୍କୁ ହତ୍ୟାକରି ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା ଅଫିସ/ଟିକିରି,୪।୯(ଡି.ଏନ୍‌.ଏ.): ଏକତରଫା ପ୍ରେମକୁ ନେଇ ରାୟଗଡ଼ା ଜିଲା ଟିକିରି ଥାନା ଅଧୀନ ଉଷାପଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାରମ୍ବାର ପ୍ରେମ ନିବେଦନ କରି ବିଫଳ ପ୍ରେମିକ ନାବାଳିକା ପ୍ରେମିକାଙ୍କ ଗଳାକାଟି ହତ୍ୟା କରିବା ସହ ନିଜେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମୃତ ନାବାଳିକା ହେଲେ ଟିକିରି ଥାନା ଅଧୀନ ସାନମାଟିକଣା ଗ୍ରାମର ଦୁର୍ଯ୍ୟ ମାଝିଙ୍କ ଝିଅ ରିମା(୧୭) ଏବଂ ଗୁରୁତର ଯୁବକ ମୁଣ୍ଡାଗାଁର ରସିକ ପ୍ରଧାନ(୩୫)। ରସିକଙ୍କୁ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ରିମା ଉଷାପଡ଼ାଠାରେ ଶ୍ରମିକ ଭାବେ ଏକ ବେସରକାରୀ ନିର୍ମାଣ କାମରେ ନିୟୋଜିତ ଥିଲେ। ଦିନ ଗୋଟାଏ ବେଳେ ମଧ୍ୟାହ୍ନଭୋଜନ ସାରି ନିର୍ମାଣସ୍ଥଳ ନିକଟରେ ବିଶ୍ରାମ ନେଉଥିବା ବେଳେ ରସିକ ସେଠାରେ ପହଞ୍ଚି ପୁଣି ପ୍ରେମ ନିବେଦନ କରିଥିଲେ। ଏହାକୁ ପ୍ରତ୍ୟାଖ୍ୟାନ କରିବାରୁ ଉତ୍ତ୍ୟକ୍ତ ହୋଇ ରସିକ ରିମାଙ୍କୁ ଛୁରିରେ ତଣ୍ଟିକୁ ଆକ୍ରମଣ କରିଥିଲେ। ଏହାପରେ ନିଜେ ମଧ୍ୟ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ନିକଟରେ ଥିବା ରିମାଙ୍କ ସାଙ୍ଗ ଅଟକାଇବାକୁ ଚେଷ୍ଟାକରି ବିଫଳ ହୋଇଥିଲେ। ରିମାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ସେହିପରି ରିମାଙ୍କ ସାଙ୍ଗଙ୍କ ହାତରେ ଗଭୀର ଆଘାତ ଲାଗିଥିବାରୁ ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟିକିରି ପୋଲିସ ପହଞ୍ଚି ରିମାଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଥାନାରେ ୧୨୦/୨୨ ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଥିବା ଟିକିରି ଥାନା ଇନ୍ସପେକ୍ଟର ଦେବଦତ୍ତ ମଲ୍ଲିକ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ରସିକ ବିବାହିତ ବୋଲି ଜଣାପଡ଼ିଛି। ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କର ୩ ସନ୍ତାନ ରହିଛନ୍ତି। ମୁଣ୍ଡାଗାଁ ଗ୍ରାମ ଲୋକଙ୍କ କହିବା ହେଲା, ନାବାଳିକା ଏବଂ ଯୁବକ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା। ତେବେ ହଠାତ ଏଭଳି ଘଟଣା କାହିଁକି ଘଟିଲା ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri