ରାସ୍ତାରେ ଶୋଇ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟ ବିହାର ଛକରେ ମଙ୍ଗଳବାର ରାତି ପ୍ରାୟ ୧୧ଟା୧୫ ବେଳେ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଶୋଇ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ରାଜରାସ୍ତାରେ ମହିଳା ଜଣକ ପ୍ରାୟ ୧୫ ମିନିଟ୍‌ ଶୋଇ ରହିଥିଲେ। ସୌଭାଗ୍ୟବଶତଃ କୌଣସି ଦୁର୍ଘଟଣାର ଶିକାର ହୋଇନାହାନ୍ତି। ମହିଳାଙ୍କ ନାଁ ରାଧା ହୋଇଥିବା ବେଳେ ତାଙ୍କ ଘର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ବୋଲି ସୂଚନା ମିଳିଛି। ରାସ୍ତାରେ ଯାଉଥିବା ଲୋକମାନେ ତାଙ୍କୁ ଉଦ୍ଧାର କରିଥିଲେ। କିଛି ସମୟ ପାଇଁ ହାଇଡ୍ରାମା ଦେଖିବାକୁ ମିଳିଥିଲା। ଯିଏ ପଚାରୁଥିଲେ ରାଧା ପ୍ରେମ ପ୍ରତାରଣାର କାହାଣୀ କହୁଥିଲେ। ଆଉ କେହି କେହି ତାଙ୍କୁ ପାଗଳୀ ବୋଲି ଭାବି ପଳାଇ ଯାଉଥିଲେ। ଖବର ପାଇ ପୋଲିସ ପହଞ୍ଚି ତାଙ୍କୁ ଥାନାକୁ ନେଇ ଅଧିକ ପଚରାଉଚରା କରୁଛି।
ରାଧାଙ୍କ କହିବା ଅନୁଯାୟୀ, ହଂସପାଳ ନିକଟ ବରିମୁଣ୍ଡ ଅଞ୍ଚଳର ବ୍ରାହ୍ମଣ ସମ୍ପ୍ରଦାୟର ବିଷ୍ଣୁ ନାମକ ଜଣେ ଯୁବକଙ୍କ ସହ ତାଙ୍କର ୪ ବର୍ଷ ହେଲା ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ୧୫ ଦିନ ହେଲା ସେ ଘର ସଂସାର ଛାଡ଼ି ଉକ୍ତ ଯୁବକଙ୍କ ସହ ପଳାଇ ଯାଇଥିଲେ। ସେଦିନଠାରୁ ସେ ଗୋଟିଏ ଶାଢ଼ି ପିନ୍ଧି ରହିଛନ୍ତି। ଉକ୍ତ ଯୁବକ ମଙ୍ଗଳବାର ତାଙ୍କୁ ଜୟଦେବ ବିହାର ଛକରେ ଛାଡ଼ି ପଳାଇ ଯାଇଛନ୍ତି। ତେଣୁ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ ବୋଲି ରାଧା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?