Posted inଜାତୀୟ

ପିଥମ୍‌ପୁରରେ ୨ ଜଣଙ୍କ ଆତ୍ମାହୁତି ଉଦ୍ୟମ

ଧର୍‌,୪ା୧: ମଧ୍ୟପ୍ରଦେଶର ଭୋପାଳସ୍ଥିତ ୟୁନିୟନ କାର୍ବାଇଡ୍‌ ଇଣ୍ଡିଆ ଲିଃ (ୟୁସିଆଇଆଇ) କୀଟନାଶକ ପ୍ଲାଣ୍ଟରୁ ବର୍ଜ୍ୟକୁ ୧୨ଟି କଣ୍ଟେନର ଟ୍ରକ୍‌ରେ ସିଲ୍‌ କରି ୨୫୦ କି.ମି. ଦୂର ଧର୍‌ ଜିଲା ପିଥମ୍‌ପୁର ଶିଳ୍ପଞ୍ଚଳକୁ ନିଆଯିବାକୁ ସ୍ଥାନୀୟ ଲୋକେ ତୀବ୍ର ବିରୋଧ କରିଛନ୍ତି। ୩୩୭ ଟନ୍‌ ବିପଜ୍ଜନକ ଆବର୍ଜନା ସେମାନଙ୍କ ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇପାରେ ବୋଲି ଆଶଙ୍କା କରି ‘ପିଥମ୍‌ପୁର ବଚାଓ ସମିତି’ ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିକ୍ଷୋଭବେଳେ ସମିତିର ୨ ଜଣ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଇନ୍ଦୋରସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲାଠିମାଡ଼ କରିବାରୁ ଅନେକେ ଆହତ ହୋଇଛନ୍ତି। ଏହାକୁ ନେଇ ଉତ୍ତେଜନା ଲାଗିରହିଛି। ତେବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ଧର୍‌ ଏସ୍‌ପି ମନୋଜ ସିଂ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ୧୯୮୪ ଡିସେମ୍ବର ୨-୩ ରାତିରେ ଭୋପାଳସ୍ଥିତ ୟୁସିଆଇଆଇ କୀଟନାଶନ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ ୩,୭୮୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ହଜାର ଲୋକ ବିକଳାଙ୍ଗ ହୋଇଯାଇଥିଲେ। ଏହାକୁ ବିଶ୍ୱର ସବୁଠୁ ଭୟଙ୍କର ଶିଳ୍ପାଞ୍ଚଳ ବିପର୍ଯ୍ୟୟ କୁହାଯାଏ। ଏହି ଘଟଣାର ଦୀର୍ଘ ୪୦ ବର୍ଷ ପରେ ବୁଧବାର ରାତିରେ କାରଖାନା ପରିସରରୁ ୩୭୭ ଟନ୍‌ ଓଜନର ବିପଜ୍ଜନକ ବର୍ଜ୍ୟ ହଟାଯାଇଥିଲା। ଏଥିପାଇଁ ୨୫୦ କି.ମି. ରାସ୍ତାକୁ ଗ୍ରୀନ୍‌ କରିଡର ଘୋଷଣା କରାଯାଇଥିଲା। ଟ୍ରକ୍‌ରେ ଆବର୍ଜନ ବୋଝେଇ ପାଇଁ ରବିବାରଠାରୁ ପ୍ରତି ୩୦ ମିନିଟ୍‌ ଶିଫ୍ଟରେ ପାଳିକରି ୧୦୦ ଶ୍ରମିକ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri