Posted inଜାତୀୟ

ପିଥମ୍‌ପୁରରେ ୨ ଜଣଙ୍କ ଆତ୍ମାହୁତି ଉଦ୍ୟମ

ଧର୍‌,୪ା୧: ମଧ୍ୟପ୍ରଦେଶର ଭୋପାଳସ୍ଥିତ ୟୁନିୟନ କାର୍ବାଇଡ୍‌ ଇଣ୍ଡିଆ ଲିଃ (ୟୁସିଆଇଆଇ) କୀଟନାଶକ ପ୍ଲାଣ୍ଟରୁ ବର୍ଜ୍ୟକୁ ୧୨ଟି କଣ୍ଟେନର ଟ୍ରକ୍‌ରେ ସିଲ୍‌ କରି ୨୫୦ କି.ମି. ଦୂର ଧର୍‌ ଜିଲା ପିଥମ୍‌ପୁର ଶିଳ୍ପଞ୍ଚଳକୁ ନିଆଯିବାକୁ ସ୍ଥାନୀୟ ଲୋକେ ତୀବ୍ର ବିରୋଧ କରିଛନ୍ତି। ୩୩୭ ଟନ୍‌ ବିପଜ୍ଜନକ ଆବର୍ଜନା ସେମାନଙ୍କ ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇପାରେ ବୋଲି ଆଶଙ୍କା କରି ‘ପିଥମ୍‌ପୁର ବଚାଓ ସମିତି’ ପକ୍ଷରୁ ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ବିକ୍ଷୋଭବେଳେ ସମିତିର ୨ ଜଣ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ଇନ୍ଦୋରସ୍ଥିତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଲାଠିମାଡ଼ କରିବାରୁ ଅନେକେ ଆହତ ହୋଇଛନ୍ତି। ଏହାକୁ ନେଇ ଉତ୍ତେଜନା ଲାଗିରହିଛି। ତେବେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା ଧର୍‌ ଏସ୍‌ପି ମନୋଜ ସିଂ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ୧୯୮୪ ଡିସେମ୍ବର ୨-୩ ରାତିରେ ଭୋପାଳସ୍ଥିତ ୟୁସିଆଇଆଇ କୀଟନାଶନ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ ୩,୭୮୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ହଜାର ଲୋକ ବିକଳାଙ୍ଗ ହୋଇଯାଇଥିଲେ। ଏହାକୁ ବିଶ୍ୱର ସବୁଠୁ ଭୟଙ୍କର ଶିଳ୍ପାଞ୍ଚଳ ବିପର୍ଯ୍ୟୟ କୁହାଯାଏ। ଏହି ଘଟଣାର ଦୀର୍ଘ ୪୦ ବର୍ଷ ପରେ ବୁଧବାର ରାତିରେ କାରଖାନା ପରିସରରୁ ୩୭୭ ଟନ୍‌ ଓଜନର ବିପଜ୍ଜନକ ବର୍ଜ୍ୟ ହଟାଯାଇଥିଲା। ଏଥିପାଇଁ ୨୫୦ କି.ମି. ରାସ୍ତାକୁ ଗ୍ରୀନ୍‌ କରିଡର ଘୋଷଣା କରାଯାଇଥିଲା। ଟ୍ରକ୍‌ରେ ଆବର୍ଜନ ବୋଝେଇ ପାଇଁ ରବିବାରଠାରୁ ପ୍ରତି ୩୦ ମିନିଟ୍‌ ଶିଫ୍ଟରେ ପାଳିକରି ୧୦୦ ଶ୍ରମିକ ନିୟୋଜିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?