ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ ଘରର ଗ୍ରିଲ କବାଟରେ ଲାଗିଥିବା ତାଲା ଭାଙ୍ଗିବାରେ ବିଫଳ ହେବା ପରେ ନିକଟରେ ଥିବା କାର୍‌ର ଗ୍ଲାସ ଭାଙ୍ଗିଥିଲେ। ଡୋର୍‌ ଖୋଲିବା ମାତ୍ରେ ଏକ ସାଇରନ ବାଜିଥିଲା । ଯାହାକି ଆଖ ପାଖରେ ରହୁଥିବା ବ୍ୟକ୍ତିମାନେ ଆସିବା ଦେଖି ଫେରାର୍‌ ହୋଇଯାଇଥିଲେ ।ଏଭଳି ଘଟଣା ଦେଖିବାକୁ ମିଳିଛି ମୋହନା ସହରର ନାରାୟଣ ନଗରରେ। ମଙ୍ଗଳବାର ଦିନ ଦ୍ୱିପହରର ଘଟଣା। ନାରାୟଣ ନଗରରେ ରହୁଥିବା ପ୍ରଧାନଶିକ୍ଷକ ଟଙ୍କଧର ମଲିକ ରଙ୍ଗ ମାଟିଆ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି । ଘରେ କେହି ନଥିବାର ସୁଯୋଗ ନେଇ ଚୋର ତାଙ୍କ ଘରେ ଚୋରି କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି।ଘରର ଗ୍ରିଲ କବାଟରେ ଲାଗିଥିବା ତାଲା ଭାଙ୍ଗିବାକୁ ଚୋର ଉଦ୍ୟମ କରିଥିଲେ ମଧ୍ୟ ସେଥିରେ ସଫଳ ହୋଇପାରିନଥିଲେ। ଶେଷରେ ଘର ନିକଟରେ ଥିବା ଏକ ଗାଡ଼ିର ଡାହାଣ ପାର୍ଶ୍ୱର ଗ୍ଲାସ ଭାଙ୍ଗି ଚୋର ଫେରାର୍‌ ହୋଇଯାଇଥିବା ଜଣାପଡ଼ିଛି।
ବିଦ୍ୟାଳୟରୁ ଆସିବାପରେ ଟଙ୍କଧର ମଲିକ ମୋହନା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି।ଅଭିଯୋଗ ପାଇବା ପରେ ମୋହନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଚୋରି ଉଦ୍ୟମ ପଛରେ କିଏ ରହିଛି ଏବଂ ଘଟଣାରେ ଆଉ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ, ସେନେଇ ପୋଲିସ ତଦନ୍ତ ଚଳାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?