କଂଗ୍ରେସକୁ ଦୁର୍ବଳ କରିବା ଉଦ୍ୟମ ଚାଲିଛି

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର): କଂଗ୍ରେସରୁ ବିଧାୟକ ମହମ୍ମଦ ମୋକିମ୍‌ ଏବଂ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରାଯିବା ପରେ ଦଳ ଭିତରେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ମୋକିମ୍‌ ନିଲମ୍ବନ ଆଦେଶ ପାଇବା ପରେ ନିଜର ପ୍ରତିକ୍ରିୟା ପୂର୍ବରୁ ରଖିସାରିଥିବା ବେଳେ ରାଜ୍ୟ ବାହାରେ ଥିବା ଚିରଞ୍ଜୀବ ସୋମବାର ନିଜ ମତାମତ ରଖିଛନ୍ତି। ପରୋକ୍ଷରେ ତାଙ୍କ ବିରୋଧରେ ଏକ କୁଚକ୍ରୀ ଗୋଷ୍ଠୀ ଷଡ଼ଯନ୍ତ୍ର କରିଥିବା ସେ କହିଛନ୍ତି। ଏହାସହ ଯେଉଁ ଜିଲାରେ କଂଗ୍ରେସ ସୁଦୃଢ଼ ଅଛି ସେଠାରେ ଦଳକୁ ଦୁର୍ବଳ କରିବା ଲାଗି ସେହି କୁଚକ୍ରୀ ଗୋଷ୍ଠୀ ଉଦ୍ୟମ ଚଳାଇଥିବା ଭଳି ଗୁରୁତର ଅଭିଯୋଗ ମଧ୍ୟ ଆଣିଛନ୍ତି। ସିଧାସଳଖ ନ ହେଲେ ବି ସେ ପରୋକ୍ଷରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକଙ୍କୁ ଟାର୍ଗେଟ ମଧ୍ୟ କରିଛନ୍ତି। ତାଙ୍କର ଏବଂ ତାଙ୍କ ପରିବାରକୁ କଂଗ୍ରେସରୁ ଦୂରେଇ ଦଳ ଓଡ଼ିଶାରେ ୯ରୁ ୯୦ ଆସନ ଯଦି ଜିତିଯିବ ଭାବୁଛି ତେବେ ସାଧୁବାଦ ବୋଲି ଚିରଞ୍ଜୀବ କହିଛନ୍ତି।
ଚିରଞ୍ଜୀବ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଦୀର୍ଘ ୨୩ ବର୍ଷ ହେଲା କଂଗ୍ରେସ ରାଜ୍ୟରେ କ୍ଷମତାରେ ନାହିଁ। ଯେଉଁ ଜିଲାରେ କଂଗ୍ରେସ ସବଳ ରହିଛି ସେଠାରେ ସଂଗଠନକୁ ଦୁର୍ବଳ କରିବା ପାଇଁ କୁଚକ୍ରୀ ଗୋଷ୍ଠୀଙ୍କ ଦ୍ୱାରା ଚକ୍ରାନ୍ତ କରାଯାଉଛି। ସେମାନଙ୍କ ଚକ୍ରାନ୍ତରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ତେଣୁ କଂଗ୍ରେସକୁ ବଞ୍ଚାଇବା ପାଇଁ ଦଳର ନେତା, କର୍ମୀ, ଶୁଭେଚ୍ଛୁ ଓ ସମର୍ଥକମାନେ ଏକଜୁଟ ହୁଅନ୍ତୁ। ଏହାସହ ସେ ଆସନ୍ତା ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ମଧ୍ୟ ସ୍ପଷ୍ଟ କରିଛନ୍ତି। ତେବେ କେଉଁ ଦଳରୁ ଲଢ଼ିବେ ତାହା ସ୍ପଷ୍ଟ କରିନାହାନ୍ତି। ଏବେ ବି ସେ କଂଗ୍ରେସରେ ଅଛନ୍ତି ବୋଲି ଦାବି କରିଛନ୍ତି। ସେ ଆହୁରି କହିଛନ୍ତି, ଦଳ ବିରୋଧୀ କାର୍ଯ୍ୟ କରିଛି ବୋଲି ପିସିସି ସଭାପତି ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ନିକଟରେ ଅଭିଯୋଗ କରିବା ସହିତ ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସୁପାରିଶ କରିଥିଲେ। ତାଙ୍କ ସୁପାରିସରେ ଗତ ୧୫ ତାରିଖରେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। କଂଗ୍ରେସର ସେ ଜଣେ ଶୃଙ୍ଖଳିତ କର୍ମୀ। ନିଲମ୍ବନ ଆଦେଶ ତାଙ୍କୁ ଦାରୁଣ ଆଘାତ ଦେଇଛି। ୨୦୧୯ ସାଧାରଣ ନିର୍ବାଚନ ପରଠୁ ପ୍ରତ୍ୟେକ ନିର୍ବାଚନରେ ରାଜ୍ୟରେ କଂଗ୍ରେସର ଭୋଟ ହାର ହ୍ରାସ ପାଇବାରେ ଲାଗିଛି। କଂଗ୍ରେସର ଜଗତ୍‌ସିିଂହପୁର ଜିଲାରେ ପ୍ରାୟ ୨ଲକ୍ଷ ଭୋଟ୍‌ ରହିଛି। କଟକ, କୋରାପୁଟ ଓ ଜଗତସିଂହପୁର ଭଳି ଜିଲାରେ କଂଗ୍ରେସ ସଙ୍ଗଠନର ସ୍ଥିତି ଭଲ ଥିବାବେଳେ ସେଠାରେ ଦଳକୁ ଦୁର୍ବଳ ଓ ଭାଗଭାଗ କରିବାକୁ କୁଚକ୍ରୀ ଗୋଷ୍ଠୀ ପ୍ରୟାସ କରୁଛନ୍ତି। ନିଜ ଛାଇ ଦେଖି ଓ ଗୋଡ଼ତଳେ ମାଟି ନ ଥିବା ଲୋକ ହିଁ ତାଙ୍କ ବିରୋଧରେ ଏଭଳି ଚକ୍ରାନ୍ତ କରିଛନ୍ତି ବୋଲି ସେ କହିଛନ୍ତି। ସୁଯୋଗ ମିଳିଲେ ଏଆଇସିସି କର୍ତ୍ତୃପକ୍ଷଙ୍କ ଆଗରେ ନିଜର ପକ୍ଷ ରଖିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?