ଜିଲାପାଳଙ୍କ ଅଫିସ ଆଗରେ ଆତ୍ମହତ୍ୟା ଉଦ୍ୟମ କଲେ ସ୍ତ୍ରୀ-ସ୍ବାମୀ, ଜଙ୍ଗଲରୁ ପାଇଥିବା ଶିଶୁକୁ ନେଇଯିବାରୁ…

ଢେଙ୍କାନାଳ,୧୫।୧(ରତନ ନାୟାର) : ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଛୁରୀ ବାଙ୍କ ଗ୍ରାମର ମୁଷା ନାୟକ ଜଙ୍ଗଲକୁ ଛେଳି ଚରାଇବା ପାଇଁ ଯାଇଥିବାବେଳେ ଏକ ନବଜାତ ଶିଶୁପୁତ୍ରକୁ ବୁଦାରେ ପଡ଼ିଥିବା ଦେଖିଥିଲେ । ଶିଶୁପୁତ୍ରକୁ ଉଦ୍ଧାର କରି ଆଣି ସେ ଗ୍ରାମବାସୀ, ସ୍ଥାନୀୟ ଆଶା ଓ ଆଙ୍ଗନଓ୍ବାଡ଼ି କର୍ମୀଙ୍କ ସମେତ ସରପଞ୍ଚ ଓ ୱାର୍ଡ ମେମ୍ବରଙ୍କୁ ମଧ୍ୟ ଜଣାଇଥିଲେ । ମୁଷା ନିଜ ବାହାଘରର ୧୮ ବର୍ଷ ପରେ ମଧ୍ୟ ନିସନ୍ତାନ ଥିବାରୁ ଗ୍ରାମବାସୀଙ୍କ କହିବା ଅନୁଯାୟୀ ସେ ଓ ତାଙ୍କ ପନ୍ତ୍ରୀ ଶିଶୁପୁତ୍ରକୁ ପାଳିଥିଲେ। ପ୍ରାୟ ମାସକ ପରେ କୌଣସି ସୁତ୍ରରୁ ଖବରପାଇ ଜିଲା ଶିଶୁ ସୁରକ୍ଷା ବିଭାଗ , ଚାଇଲ୍ଡ ହେଲପ୍‌ଲାଇନର ସଦସ୍ୟମାନେ ପୋଲିସ ସହାୟତାରେ ଉଭୟ ସ୍ତ୍ରୀ-ସ୍ବାମୀଙ୍କ କୋଳରୁ ଶିଶୁ ପୁତ୍ରଟିକୁ ଉଠାଇ ଆଣି ଶିଶୁ ମଙ୍ଗଳ ସମିତିରେ ହାଜର କରାଇ ଶିଶୁ ଗୃହରେ ନେଇ ରଖିଥିଲେ । ଏହାପରେ ଏହାର ପ୍ରତିବାଦରେ ମୁଷା ଓ ତାଙ୍କ ପତ୍ନୀ ଗ୍ରାମବାସୀଙ୍କ ସହ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଆସି ତୀବ୍ର ପ୍ରତିବାଦ କରିଥିଲେ। ଏପରିକି ମୁଷାଙ୍କ ପନ୍ତ୍ରୀ ବେକରେ ଲୁଗା ଗୁଡ଼ାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି। ପୋଲିସ ପହଞ୍ଚି ଉଭୟଙ୍କୁ ଧରି ସେଥିରୁ ନିବୃତ୍ତ କରିଛି। ଫଳରେ ବ୍ୟାପକ ଉତ୍ତେଜନା ପ୍ରକାଶ ପାଇଛି। ଜିଲା ଶିଶୁ ସୁରକ୍ଷା ଅଧିକାରୀ , ଜିଲା ସମାଜ ମଙ୍ଗଳ ଅଧିକାରୀ ଓ ଶିଶୁ ମଙ୍ଗଳ ସମିତିର ଅଧ୍ୟକ୍ଷ ଓ ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା ଜାରି ରଖିଛନ୍ତି।

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ବ୍ଲକ-ପଞ୍ଚାୟତ ପ୍ରଶାସନର ଟାଳଟୁଳ ନୀତି: ସ୍ୱାମୀଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ବି ସୂର୍ଯ୍ୟଙ୍କୁ ମିଳିନି ବିଧବା ଭତ୍ତା

ଥୁଆମୂଳ ରାମପୁର,୨୧।୭ (ଦୁର୍ଗା କୀର୍ତ୍ତି): ସରକାରୀ ସାମାଜିକ ସୁରକ୍ଷା ଯୋଜନାର ବ୍ୟାପକ ପ୍ରଚାର ଚାଲିଥିଲେ ହେଁ ପ୍ରଶାସନିକ ଅବହେଳା ଯୋଗୁ ପ୍ରକୃତ ହିତାଧିକାରୀମାନେ ଏହାରୁ ବଞ୍ଚିତ ହେଉଥିବା…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଶୌଚ ପାଇଁ ଯାଇଥିବା ବେଳେ ଖସିଗଲା ଗୋଡ଼, ପୋଖରୀରେ ବୁଡ଼ି ଚାଲିଗଲା ଦିବ୍ୟାଙ୍ଗ ପଞ୍ଚାଙ୍କ ଜୀବନ

ଦିଗପହଣ୍ଡି/ପାଟପୁର,୨୧।୭(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ଅଙ୍ଗେଇତ ବନ୍ଧ ପୋଖରୀରେ ବୁଡ଼ି ଜଣେ ଦିବ୍ୟାଙ୍ଗ ଯୁବକ ମୃତ୍ୟୁବରଣ କରିଛନ୍ତି ।…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri