ପିସିସି ସଭାପତିଙ୍କୁ ଆକ୍ରମଣ ଉଦ୍ୟମ ଘଟଣା : ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

ଭୁବନେଶ୍ୱର,୨୨।୧(ବ୍ୟୁରୋ): କେନ୍ଦୁଝରରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରକୁ ଆକ୍ରମଣ ଉଦ୍ୟମ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଏବଂ ଗାଡ଼ିକୁ ଆକ୍ରମଣ ଘଟଣାକୁ ନେଇ କଂଗ୍ରେସ ଗୁରୁବାର ରାଜ୍ୟ ମାନବାଧିକାର ଆୟୋଗ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଛି। ଦଳର ମୁଖପାତ୍ର ନିଶିକାନ୍ତ ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ଆୟୋଗଙ୍କୁ ଭେଟି ସ୍ଥାନୀୟ ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି। କଂଗ୍ରେସ ଅଭିଯୋଗ କରିଛି ଯେ, ସ୍ଥାନୀୟ ପୋଲିସର ଅବହେଳା ଓ ଖରାପ ମନୋଭାବ ଯୋଗୁ ଏହି ଘଟଣା ଘଟିଥିଲା। ରାଜ୍ୟରେ ଏକ ଜାତୀୟ ଦଳର ସଭାପତିଙ୍କ ଉପରେ ଯଦି ଏଭଳି ଆକ୍ରମଣ ହେଉଛି. ତା’ହେଲେ ସାଧାରଣ ନାଗରିକ କେତେ ସୁରକ୍ଷିତ ତାହା ଏଥିରୁ ସ୍ପଷ୍ଟ ଜଣାପଡୁଛି ବୋଲି ପ୍ରତିନିଧି ଦଳ କମିଶନଙ୍କ ନିକଟରେ କହିଛନ୍ତି। ଏଥିସହିତ ରାଜ୍ୟରେ ଯେକୌଣସି ଗସ୍ତ ସମୟରେ କଂଗ୍ରେସ ସଭାପତିଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇଦେବାକୁ ଅନୁରୋଧ କରାଯାଇଛି। ଏହା ପୂର୍ବରୁ କଂଗ୍ରେସର ଏକ ପ୍ରତିନିଧି ଦଳ କେନ୍ଦୁଝର ଏସ୍‌ପିଙ୍କୁ ଭେଟି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲା। ଏହାପରେ ପୋଲିସ ଏହି ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri