ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର ସଦସ୍ୟଙ୍କୁ ପ୍ରତିପକ୍ଷ ଗୋଷ୍ଠୀର ଲୋକେ ମରଣାନ୍ତକ ଆକ୍ରମଣ କରିଛନ୍ତି। ନୀଳକଣ୍ଠଙ୍କ ଆଖି ତାଡ଼ିବା ଓ ହତ୍ୟା ଉଦ୍ୟମ କରାଯିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ରକ୍ତାକ୍ତ ଅବସ୍ଥାରେ ନୀଳକଣ୍ଠଙ୍କୁ କେତେଜଣ ଗ୍ରାମବାସୀ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଛନ୍ତି।
ଅଭିଯୋଗ ଅନୁଯାୟୀ, ୪ଦିନ ତଳେ ଗ୍ରାମର ଗନ୍ଧର୍ବ ସ୍ବାଇଁ କୌଣସି କାମ ନିମନ୍ତେ ଗାଁ ଦାଣ୍ଡରେ ବାଲି ଗଦାଇଥିଲେ। ଏଥିଯୋଗୁ ଲୋକଙ୍କ ଯାତାୟାତରେ ସମସ୍ୟା ହୋଇଥିଲା। ଶନିବାର ମଧ୍ୟାହ୍ନରେ ବାଲିଗଦାକୁ ନେଇ ନୀଳକଣ୍ଠ ପ୍ରତିବାଦ କରିବାରୁ ତାଙ୍କ ସହ ଗନ୍ଧର୍ବଙ୍କର ପାଟିତୁଣ୍ଡ ହୋଇଥିଲା। ଏହି ଘଟଣାକୁ କେନ୍ଦ୍ରକରି ରବିବାର ପୂର୍ବାହ୍ନ ୯ଟାରେ ଗନ୍ଧର୍ବଙ୍କ ପୁଅ ବୁଲୁ ଆସି ନୀଳକଣ୍ଠଙ୍କୁ ଘରୁ ଡାକି ନେଇଥିଲେ। ଗନ୍ଧର୍ବଙ୍କ ଘର ଦ୍ୱାର ପାଖରେ ନୀଳକଣ୍ଠ ପହଞ୍ଚିବା କ୍ଷଣି ବାପପୁଅ ଓ ଆଉ କେତେଜଣ ତାଙ୍କୁ ଘର ଖୁଣ୍ଟରେ ବାନ୍ଧି ଆଖି ତାଡ଼ି ନେବାକୁ ଉଦ୍ୟମ କରିବା ସହ ହତ୍ୟା ଉଦ୍ୟମ କରିଥିଲେ। ଏହି ଖବର ଶୁଣି ନୀଳକଣ୍ଠଙ୍କ ପରିବାରବର୍ଗ ସେଠାରେ ପହଞ୍ଚିବାରୁ ସେମାନଙ୍କୁ ମଧ୍ୟ ଗନ୍ଧର୍ବ ଓ ତାଙ୍କ ସମର୍ଥକ ମରଣାନ୍ତକ ଆକ୍ରମଣ କରିଥିଲେ। ଗ୍ରାମର କେତେଜଣ ଯୁବକ ଏହି ଘଟଣା ଦେଖି ନୀଳକଣ୍ଠଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପରେ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ସମ୍ପର୍କରେ ନୀଳକଣ୍ଠଙ୍କ ବାପା ରବୀନ୍ଦ୍ର ବେହେରା ଗୋପ ଥାନାରେ ଏତଲା ଦେବା ପରେ ପୋଲିସ ଏକ କେସ୍‌ (ନଂ. ୩୪୪/୨୧) ରୁଜୁ କରିବା ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟର ନୂଆ ଅଧ୍ୟାୟ: ଦିଲ୍ଲୀ U-19 ଦଳର ଅଧିନାୟକ ହେଲେ ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ସ୍ଫୋରକ ଓପନର ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ଏକ ବଡ଼ ଦାୟିତ୍ୱ ମିଳିଛି।…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?