ଯୁବକଙ୍କୁ ବାନ୍ଧି ଆଖି ତାଡ଼ିବାକୁ ଉଦ୍ୟମ

ଗୋପ,୨୬।୭(ଡି.ଏନ୍‌.ଏ.): ଗୋପ ଥାନା ଅଧୀନ ଆଇମା ଗ୍ରାମଦାଣ୍ଡରେ ବାଲିଗଦାକୁ କେନ୍ଦ୍ରକରି ରବିବାର ଦୁଇ ପରିବାର ମଧ୍ୟରେ ବଡଧରଣର ଗଣ୍ଡଗୋଳ ଘଟିଛି। ନୀଳକଣ୍ଠ ବେହେରା(୩୧) ଓ ତାଙ୍କ ପରିବାର ସଦସ୍ୟଙ୍କୁ ପ୍ରତିପକ୍ଷ ଗୋଷ୍ଠୀର ଲୋକେ ମରଣାନ୍ତକ ଆକ୍ରମଣ କରିଛନ୍ତି। ନୀଳକଣ୍ଠଙ୍କ ଆଖି ତାଡ଼ିବା ଓ ହତ୍ୟା ଉଦ୍ୟମ କରାଯିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ରକ୍ତାକ୍ତ ଅବସ୍ଥାରେ ନୀଳକଣ୍ଠଙ୍କୁ କେତେଜଣ ଗ୍ରାମବାସୀ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଛନ୍ତି।
ଅଭିଯୋଗ ଅନୁଯାୟୀ, ୪ଦିନ ତଳେ ଗ୍ରାମର ଗନ୍ଧର୍ବ ସ୍ବାଇଁ କୌଣସି କାମ ନିମନ୍ତେ ଗାଁ ଦାଣ୍ଡରେ ବାଲି ଗଦାଇଥିଲେ। ଏଥିଯୋଗୁ ଲୋକଙ୍କ ଯାତାୟାତରେ ସମସ୍ୟା ହୋଇଥିଲା। ଶନିବାର ମଧ୍ୟାହ୍ନରେ ବାଲିଗଦାକୁ ନେଇ ନୀଳକଣ୍ଠ ପ୍ରତିବାଦ କରିବାରୁ ତାଙ୍କ ସହ ଗନ୍ଧର୍ବଙ୍କର ପାଟିତୁଣ୍ଡ ହୋଇଥିଲା। ଏହି ଘଟଣାକୁ କେନ୍ଦ୍ରକରି ରବିବାର ପୂର୍ବାହ୍ନ ୯ଟାରେ ଗନ୍ଧର୍ବଙ୍କ ପୁଅ ବୁଲୁ ଆସି ନୀଳକଣ୍ଠଙ୍କୁ ଘରୁ ଡାକି ନେଇଥିଲେ। ଗନ୍ଧର୍ବଙ୍କ ଘର ଦ୍ୱାର ପାଖରେ ନୀଳକଣ୍ଠ ପହଞ୍ଚିବା କ୍ଷଣି ବାପପୁଅ ଓ ଆଉ କେତେଜଣ ତାଙ୍କୁ ଘର ଖୁଣ୍ଟରେ ବାନ୍ଧି ଆଖି ତାଡ଼ି ନେବାକୁ ଉଦ୍ୟମ କରିବା ସହ ହତ୍ୟା ଉଦ୍ୟମ କରିଥିଲେ। ଏହି ଖବର ଶୁଣି ନୀଳକଣ୍ଠଙ୍କ ପରିବାରବର୍ଗ ସେଠାରେ ପହଞ୍ଚିବାରୁ ସେମାନଙ୍କୁ ମଧ୍ୟ ଗନ୍ଧର୍ବ ଓ ତାଙ୍କ ସମର୍ଥକ ମରଣାନ୍ତକ ଆକ୍ରମଣ କରିଥିଲେ। ଗ୍ରାମର କେତେଜଣ ଯୁବକ ଏହି ଘଟଣା ଦେଖି ନୀଳକଣ୍ଠଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପରେ ତାଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ସମ୍ପର୍କରେ ନୀଳକଣ୍ଠଙ୍କ ବାପା ରବୀନ୍ଦ୍ର ବେହେରା ଗୋପ ଥାନାରେ ଏତଲା ଦେବା ପରେ ପୋଲିସ ଏକ କେସ୍‌ (ନଂ. ୩୪୪/୨୧) ରୁଜୁ କରିବା ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ଅଭିଯୁକ୍ତମାନେ ଫେରାର ହୋଇଯାଇଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି।...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ...

ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ସମ୍ପନ୍ନ

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଖବାହାଲି ପଞ୍ଚାୟତ ଅଧୀନ ଥୁଆଙ୍ଗପଦର ଗ୍ରାମରେ ଅଗ୍ନି ଭୈରବୀଙ୍କ ଝାମୁଯାତ୍ରା ମଙ୍ଗଳବାର ସମ୍ପନ୍ନ ହୋଇଯାଇଛି। ପରମ୍ପରା...

କଳାହାଣ୍ଡିରେ ବିଜେଡି ଖେଳିଲା ମହିଳା କାର୍ଡ

ଭବାନୀପାଟଣା,୨୮।୩(ଉତ୍ତମ କୁମାର ଦାଶ): ଆଗାମୀ ସାଧାରଣ ନିର୍ବାଚନ ବିଧାନ ସଭା କ୍ଷେତ୍ର ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ବିଧାୟକ ପ୍ରାର୍ଥିନୀ/ପ୍ରାର୍ଥିଙ୍କ ନାମ ଘୋଷଣା...

ଟିଟିଲାଗଡ଼: ବଢ଼ିଲା ସୁରେନ୍ଦ୍ରଙ୍କ ବିଜେଡିରେ ଯୋଗଦାନ ଚର୍ଚ୍ଚା

ସଇଁତଲା,୨୮ା୩(ରାଖାଲ ପ୍ରସାଦ ଶତପଥୀ): ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭିତରେ ଆଶାୟୀଙ୍କ ପ୍ରାର୍ଥୀ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଭାଜପା ଲୋକ ସଭା ସଦସ୍ୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri