ପାନବରଜ ପୋଡ଼ିବାକୁ ଉଦ୍ୟମ, ଗ୍ରାମରେ ଉତ୍ତେଜନା

ଭୋଗରାଇ, ୧୯।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ମନ୍ଦାରସାହିପାଟଣା ଗ୍ରାମର ଜଣେ ବ୍ୟକ୍ତିଙ୍କ ପାନବରଜ ପୋଡ଼ିବା ଘଟଣାକୁ ନେଇ ଗ୍ରାମରେ ଉତ୍ତେଜନା ଲାଗି ରହିଛି। ପୋଲିସ ଏହି ଘଟଣାର ପ୍ରାଥମିକ ତଦନ୍ତ କରି ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖିଛି। ପାଟଣା ଗ୍ରାମର ବୃନ୍ଦାବନ ଦାସଙ୍କ ସ୍ଥିତିବାନ ଜାଗାରେ ଏକ ପାନବରଜ ରହିଛି। ପାନବରଜକୁ ଲାଗି ମନ୍ଦାରସାହି ଗ୍ରାମ ଏମ୍‌ଇ ସ୍କୁଲକୁ ରାସ୍ତା ନିର୍ମାଣ ନିମନ୍ତେ ପଞ୍ଚାୟତ ପକ୍ଷରୁ ଏକ ପ୍ରସ୍ତାବ ରହିଛି। ପାନବରଜ ଉଚ୍ଛେଦ ଲାଗି ଗୋଟିଏ ପକ୍ଷ ରାଜସ୍ବ ବିଭାଗରେ ଆବେଦନ କରିଥିବା ବେଳେ ଅନ୍ୟ ପକ୍ଷ ତାଙ୍କ ନିଜସ୍ବ ରେକର୍ଡ଼ଭୁକ୍ତ ଜାଗା ବୋଲି ଦାବି କରିବାରୁ ଉଭୟ ପକ୍ଷ ମଧ୍ୟରେ ବାଦାନୁବାଦ ଦୀର୍ଘଦିନ ଧରି ଲାଗି ରହିଛି। ଉଭୟ ପକ୍ଷଙ୍କ ଭୋଗରାଇ ତହସିଲରେ ମାମଲା ଚାଲିଥିବା ବେଳେ ଆସନ୍ତା ୨୨ରେ ଏହାର ଶୁଣାଣି ହେବାର ଦିନଧାର୍ଯ୍ୟ ହୋଇଥିଲା। ଗତ ଶୁକ୍ରବାର ରାତିରେ ଗୋଟିଏ ପକ୍ଷର ୬ଜଣ ବ୍ୟକ୍ତି ପାନବରଜ ପୋଡ଼ିବା ଉଦ୍ୟମ କରି ନିଆଁ ଲଗାଇ ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ପାନବରଜରେ ନିଆଁ ଲାଗି ବ୍ୟାପକ କ୍ଷତି ଘଟିଥିବାରୁ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ପାନଚାଷ କ୍ଷତିପୂରଣ ନିମନ୍ତେ ପାନଚାଷୀ ଦାବି କରିଛନ୍ତି। ଅଭିଯୋଗକାରୀ ପାନଚାଷୀ ନିର୍ଦ୍ଦିଷ୍ଟ ଏକ ରାଜନୈତିକ ଦଳକୁ ଦାୟୀ କରିଥିବା ବେଳେ ମନ୍ଦାରସାହି ପାଟଣା ଓ ମନ୍ଦାରସାହି ଗ୍ରାମରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଖାଉଥିଲେ ପରିବାର ଲୋକେ: ହଠାତ୍‌ ଘରେ ପଶିଲେ ୬ ଲୋକ, ଆଉ ତା’ପରେ ଘଟିଗଲା…

ନୀଳଗିରି,୨୬।୩(ପ୍ରଶାନ୍ତ କୁମାର ବିଶ୍ବାଳ):ବାଲେଶ୍ୱର ଜିଲାର ନୀଳଗିରିରେ ଏକ ଅଜବ ଚୋରି ଘଟଣା ଦେଖିବାକୁ ମିଳିଛି। ବୁଧବାର ରାତିରେ ପରିବାର ଲୋକେ ଘର ଭିତରେ ଖାଉଥିଲେ। ହଠାତ୍‌ ୬ଜଣ…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri