ଦୋଷ ଲୁଚାଇବାକୁ ଅପଚେଷ୍ଟା: ବିରୋଧୀ

ଭୁବନେଶ୍ୱର,୧୨୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାରେ ତାଙ୍କ ମା’ଙ୍କ ସମେତ ଧାରଣାରେ ବସିଥିବା ଅନ୍ୟମାନଙ୍କୁ ସୋମବାର ପୋଲିସ ଘୋଷାରି ଘୋଷାରି ନେଇ ଗାଡ଼ିରେ ବସାଇବା ସହିତ ଆନ୍ଦୋଳନ ସ୍ଥଳରେ ଥିବା ଟେଣ୍ଟକୁ ଭାଙ୍ଗି ଦେଇଛି। ଏଡି ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।
କଂଗ୍ରେସ ନେତା ଶିବାନନ୍ଦ ରାୟ କହିଛନ୍ତି, ନବନିର୍ମାଣ ସଙ୍ଗଠନ ଓ ଅନ୍ୟ ଛାତ୍ରନେତାମାନେ ବିଜେବି କଲେଜ ସାମ୍ନାରେ ନ୍ୟାଯ୍ୟ ଦାବି ପୂରଣ ପାଇଁ ସପ୍ତାଏ ଧରି ଧାରଣା ଓ ଅନଶନ କରିଆସୁଥିଲେ। ସୋମବାର ରୁଚିକାଙ୍କ ଶୁଦ୍ଧିକ୍ରିୟା କରିବା ପାଇଁ ଘୋଷଣା କରାଯାଇଥିଲା। ଏହାକୁ ବରଦାସ୍ତ ନ କରି ସରକାର ପୋଲିସ ଜରିଆରେ ସମସ୍ତଙ୍କୁ ଅଚାନକ ଜୋରଜବରଦସ୍ତ ସକାଳୁ ଉଠାଇନେବା ଏକ ଅଗଣତାନ୍ତ୍ରିକ ପଦକ୍ଷେପ। ଛାତ୍ର ସମାଜର ନ୍ୟାଯ୍ୟ ଦାବି ପାଇଁ ଆନ୍ଦୋଳନକୁ ଦମନ କରିବାକୁ ପୋଲିସର ଏଭଳି ଅତ୍ୟାଚାରକୁ ବରଦାସ୍ତ କରାଯିବ ନାହିଁ। ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ରୁଚିକାଙ୍କ ମା’ଙ୍କୁ ପୋଲିସ ଉଠାଇନେବା ଘଟଣା ଠିକ୍‌ ନୁହେଁ। ଯିଏ ଆତ୍ମହତ୍ୟା କରିଛି ସିଏ ନିଜେ ୩ ଜଣଙ୍କ ଯୋଗୁ ଏଭଳି ପଦକ୍ଷେପ ନେଇଥିବା କଥା ଉଲ୍ଲେଖ କରିଥିଲା। ତଥାପି ମଧ୍ୟ ସେମାନଙ୍କୁ ପୋଲିସ ଚିହ୍ନଟ ନ କରିପାରିବା ଏବଂ ନିଜ ବିଫଳତା ଲୁଚାଇବା ପାଇଁ ପୋଲିସ ଚେଷ୍ଟା କରିବା ନିନ୍ଦନୀୟ। ହଷ୍ଟେଲ ଓ୍ବାର୍ଡନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବା ଏସବୁ କଥା ଭିନ୍ନ ଦିଗକୁ ଦର୍ଶାଉଛି। ଓଲଟା ପୀଡ଼ିତାଙ୍କ ମା’ଙ୍କୁ ଆନ୍ଦୋଳନ ସ୍ଥଳରୁ ଉଠାଇନେଇ କ’ଣ ପ୍ରମାଣ କରିବା ଲାଗି ପୋଲିସ ଚେଷ୍ଟା କରୁଛି ବୁଝାପଡୁନାହିଁ। ତୁରନ୍ତ ରୁଚିକାଙ୍କ ମା’ଙ୍କୁ ପୋଲିସ ପ୍ରତିବାଦ କରିବାକୁ ସୁଯୋଗ ଦେବା ସହ ଦୋଷୀକୁ ପ୍ରଥମେ ଧରିବା ଦରକାର ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri