ସତ୍ୟପାଠ କରି ଆଦିବାସୀଙ୍କ ଧର୍ମ ପରିବର୍ତ୍ତନ ଉଦ୍ୟମ

ବଡ଼ବିଲ,୯ା୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡ଼ି ଓ ବଲାଣି ଥାନା ଅଧୀନ ଅପହଞ୍ଚ ଇଲାକାରେ ନିର୍ଦ୍ଦିଷ୍ଟ ଧର୍ମ ପ୍ରଚାରକମାନେ ସତ୍ୟପାଠ ଜରିଆରେ ନିରୀହ ଆଦିବାସୀଙ୍କ ଧର୍ମ ପରିବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ଜଣାପଡ଼ିଛି। ବଡବିଲ ତହସିଲଦାରଙ୍କ ନିକଟରେ ଧର୍ମ ପରିବର୍ତ୍ତନ ନିମନ୍ତେ ସତ୍ୟପାଠ କରିବାକୁ ୨୮ ଜଣ ଆଦିବାସୀ ପହଞ୍ଚତ୍ବା ପରେ ଘଟଣା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାର ବିଭିନ୍ନ ଅଞ୍ଚଳରୁ ଗୁରୁବାର ମଧ୍ୟାହ୍ନରେ ୧୪ ମହିଳା ଓ ୧୪ ପୁରୁଷ ଆଦିବାସୀ ବଡ଼ବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପହଞ୍ଚତ୍ଥିଲେ। ଷ୍ଟାମ୍ପ ପେପର କିଣି ଟାଇପ ପରେ ଦସ୍ତଖତ କାର୍ଯ୍ୟ ସାରି ତହସିଲଦାରଙ୍କ ନିକଟରେ ସତ୍ୟପାଠ ନିମନ୍ତେ ଅପେକ୍ଷା କରିଥିଲେ। ସେହି ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ପହଞ୍ଚତ୍ ଧର୍ମ ପରିବର୍ତ୍ତନର କାରଣ ସମ୍ପର୍କରେ ପଚାରିବାରୁ ନିର୍ଦ୍ଦିଷ୍ଟ ଧର୍ମ ଗ୍ରହଣ କଲେ ପରିବାରରେ କଳହ ହେବନାହିଁ, ସେମାନଙ୍କୁ ହଇରାଣ କରାଯିବ ନାହିଁ ବୋଲି କୁହାଯାଉଥିବା ଉକ୍ତ ଆଦିବାସୀ ମହିଳା ଓ ପୁରୁଷ କହିଥିଲେ। ଏହି ସମୟରେ ସେମାନଙ୍କ ସହ ଆସିଥିବା ଆଇନଜୀବୀ ସତ୍ୟପାଠ ନ କରି ସେଠାରୁ ପଳାୟନ କରିଥିଲେ। ତେବେ ସତ୍ୟପାଠ କେନ୍ଦୁଝର ଜିଲା ମୁଖ୍ୟାଳୟରେ ଜଣେ ନୋଟାରିଙ୍କ ନିକଟରେ ଶୁକ୍ରବାର ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri