ସିବିଆଇ ତଦନ୍ତ ଦାବିରେ ନବୀନ ନିବାସ ଘେରାଉ ଉଦ୍ୟମ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କେନ୍ଦ୍ରାପଡ଼ାର ସୂଚନା ଅଧିକାର କର୍ମୀ ରଞ୍ଜନ କୁମାର ଦାସ ହତ୍ୟା ଘଟଣାକୁ ନେଇ ସୂଚନା ଅଧିକାର ଅଭିଯାନ ପକ୍ଷରୁ ସୋମବାର ନବୀନ ନିବାସ ଘେରାଉ ଉଦ୍ୟମ କରାଯାଇଥିଲା। ବିଜେଡି ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ପ୍ରରୋଚନାରେ ପୋଲିସ ଉକ୍ତ ହତ୍ୟାକାଣ୍ଡକୁ ଦୁର୍ଘଟଣାର ରୂପ ଦେଇଥିବା ଅଭିଯୋଗ କରି ସୂଚନା ଅଧିକାର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହି ହତ୍ୟାକାଣ୍ଡର ସିବିଆଇ ତଦନ୍ତ, ହତ୍ୟା ଷଡ଼ଯନ୍ତ୍ରରେ ସମ୍ପୃକ୍ତ ବିଧାୟକ ନାୟକଙ୍କୁ ଦଳରୁ ବହିଷ୍କାର ଓ ତଦନ୍ତକୁ ରଫାଦଫା କରିଥିବା କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ। ତେବେ ନବୀନ ନିବାସ ଘେରାଉ ପାଇଁ ଯିବାବେଳେ ପୋଲିସ ସହ ସୂଚନା ଅଧିକାର କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା।
ପ୍ରଥମେ ମାଷ୍ଟର କ୍ୟାଣ୍ଟିନ ଛକରେ ଶତାଧିକ ସୂଚନା ଅଧିକାର କର୍ମୀ ଏକାଠି ହେବା ପରେ ଅଭିଯାନର ଆବାହକ ପ୍ରଦୀପ ପ୍ରଧାନଙ୍କ ନେତୃତ୍ୱରେ ନବୀନ ନିବାସ ଅଭିମୁଖେ ବାହାରିଥିଲେ। ଶିଶୁଭବନ ଛକରୁ ନବୀନ ନିବାସ ଆଡ଼କୁ ଧସେଇ ପଶିବା ପାଇଁ ଉଦ୍ୟମ କରୁଥିବାବେଳେ ପୋଲିସ ଅଟକାଇଥିଲା। ପରେ ପୋଲିସ ଓ ସୂଚନା ଅଧିକାର କର୍ମୀଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ୍‌ ଧସ୍ତାଧସ୍ତି ହୋଇଥିଲା। ଶତାଧିକ କର୍ମୀଙ୍କୁ ପୋଲିସ ଉଠାଇ ନେଇଥିଲା। ଏହି କାର୍ଯ୍ୟକ୍ରମରେ ଶ୍ରୀକାନ୍ତ ପାକଳ, ସଂଯୁକ୍ତା ପାଣିଗ୍ରାହୀ, ରଞ୍ଜୁଲତା ମହାପାତ୍ର, ସୁଧୀର ମହାନ୍ତି, ଜିତେନ୍ଦ୍ର ସାହୁ, ପ୍ରତାପ ସାହୁ, ନବକିଶୋର ଦାସ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri