ବିଲ୍‌ରେ ଜାଲିଆତି କରି ଟଙ୍କା ହଡ଼ପ ଉଦ୍ୟମ

ଅନୁଗୋଳ ଅଫିସ,୧୨ା୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଦଲାଲମାନେ କେବଳ ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କୁ ଆର୍ଥିକ ଭାବେ ଶୋଷଣ କରୁନାହାନ୍ତି, ସୁଯୋଗ ପାଇବା ମାତ୍ରେ ସରକାରୀ ଅର୍ଥ ହଡପ୍‌ ପାଇଁ କିପରି ଉଦ୍ୟମ କରୁଛନ୍ତି ତାହାର ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ରୋଗୀଙ୍କୁ ଖାଦ୍ୟ ଯୋଗାଣ ବାବଦ ୨୬ଶହ ଟଙ୍କାର ଏକ ବିଲ୍‌କୁ ଜଣେ ଦଲାଲ ବଦଳାଇ ୬ ହଜାର ଟଙ୍କା କରିବା ଚର୍ଚ୍ଚାର ବିଷୟ ହୋଇଛି।
ସୂଚନା ଅନୁଯାୟୀ, ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ ଦାୟିତ୍ୱ ଏକ ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯାଇଛି। ଉକ୍ତ ଗୋଷ୍ଠୀ ପକ୍ଷରୁ ଏପ୍ରିଲ ୧୩ରେ ୪୦ ଜଣଙ୍କୁ ଖାଦ୍ୟ ଯୋଗାଣ ବାବଦରେ ୬୫ ଟଙ୍କା ଲେଖାଏ ହିସାବରେ ୨୬ଶହ ଟଙ୍କାର ବିଲ୍‌ ପ୍ରସ୍ତୁତ କରାଯାଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ନିକଟକୁ ପଠାଯାଇଥିଲା। ହେଲେ ସମ୍ପୃକ୍ତ ଦଲାଲ ଜଣକ ଫାଇଲରେ ଥିବା ଉକ୍ତ ବିଲ୍‌କୁ କାଟି ୬ ହଜାର ଟଙ୍କା କରିଦେଇଥିଲେ। ଘଟଣା ସମ୍ପର୍କରେ ଖାଦ୍ୟ ଯୋଗାଣ ଦାୟିତ୍ୱରେ ଥିବା ସ୍ବୟଂ ସହାୟକ ଗୋଷ୍ଠୀକୁ ଯୋଗାଯୋଗ କରାଯିବାକୁ ଉଦ୍ୟମ କରାଯାଇଥିଲେ ହେଁ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ। ଏ ନେଇ ମେଡିକାଲର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ଯଦି ଘଟଣାରେ ସତ୍ୟାସତ୍ୟ ରହିଥିବ, ତା’ହେଲେ ଏହାର ତଦନ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ: ଦେଲେ ଚେତାବନୀ, ବିଡିଓଙ୍କ ବଦଳି ନ ହେବା ପର୍ଯ୍ୟନ୍ତ…

ଖୋର୍ଦ୍ଧା,୧୦।୨(ପ୍ରଭାତ ପାଣିଗ୍ରାହୀ) : ବୋଲଗଡ ବିଡିଓ ବିବାଦକୁ ନେଇ ବଢିଲା ଜନ ଅସନ୍ତୋଷ । ବିଡିଓ ସୁମନ ସୁଦ୍ଧା କୁଣ୍ଡୁ ଗତ ସାଧାରଣତନ୍ତ୍ର ଦିବସରେ ଅନୁପସ୍ଥିତ ରହିବାକୁ…

ଅଭଦ୍ର କହିଦେଲେ ସିଏସ୍‌ଓ: ରାଗିକି ପଞ୍ଚମ ହେଲେ ଚାଷୀ,ଜବାବ ମାଗିଲେ ସରପଞ୍ଚ

ବାଲେଶ୍ବର,୧୦।୨(ବାଞ୍ଛାନିଧି ଦେ): ବାଲେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ଚାଷୀଙ୍କୁ ‘ଅଭଦ୍ର’ କହିବା ଅଭିଯୋଗରେ ମଙ୍ଗଳବାର ଚାଷୀମାନେ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri