ହାତୀଦାନ୍ତ ବିକ୍ରି ପାଇଁ ଉଦ୍ୟମ, ୨ ତସ୍କରଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼, ୧୩।୧୨(ଡି.ଏନ୍‌.ଏ.): ହାତୀ ଦାନ୍ତ ଜବତ କରିବା ସହ ଦୁଇ ତସ୍କରଙ୍କୁ ଗିରଫ କରିଛି ରିଆମାଳ ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ତିଲେଇବଣି ବ୍ଲକ ଡିମିରିକୁଦା ଗ୍ରାମର ପିଟର ଟିଗା(୪୩) ଏବଂ ବିଲେଇଘଟି ଗ୍ରାମର ଫଗୁଆ ଟ୍ରିଓବାନ୍ସ(୨୭)। ସେମାନଙ୍କଠାରୁ ପ୍ରାୟ ୧୧.୧୬୪ କେଜି ଓଜନର ୨ଟି ହାତୀ ଦାନ୍ତ ସହ ୨ଟି ବାଇକ ଓ ମୋବାଇଲ ଫୋନ ପୋଲିସ ଜବତ କରିଛି।

ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ପ୍ରମୋଦ କୁମାର ରଥ ସବିଶେଷ ସୂଚନା ଦେଇ କହିଛନ୍ତି ଯେ, ବିଶେଷ ସୂତ୍ରରୁ ଖବର ପାଇ ରିଆମାଳ ଥାନା ପୋଲିସ ଗୋହିରା ଡ୍ୟାମ ନିକଟରେ ଚଢାଉ କରିଥିଲା। ଚଢ଼ାଉ କରି ପୋଲିସ ହାତୀ ଦାନ୍ତ ଜବତ କରିବା ସହ ୨ ଜଣ ତସ୍କରଙ୍କୁ ମଧ୍ୟ ଗିରଫ କରଛି। ସେମାନେ ୨ଟି ହାତୀ ଦାନ୍ତକୁ ୬ ଖଣ୍ଡ କରି ବିକ୍ରି ପାଇଁ ଉଦ୍ୟମ କରୁଥିବା ବେଳେ ପୋଲିସ ଟିମ ଚଢ଼ାଉ କରି ତାଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଏହି ଘଟଣାରେ ଆଉ କେଉଁ ମାନେ ସାମିଲ ଅଛନ୍ତି ସେନେଇ ଅଧିକ ତଦନ୍ତ କରାଯାଉଛି। ଅନ୍ୟପଟେ ହାତୀଟିକୁ କେଉଁ ଜଙ୍ଗଲରୁ ମରାଯାଇଥିଲା ଏବଂ ଗିରଫ ତସ୍କର ମାନେ ହାତୀଟିକୁ ହତ୍ୟା କରିଥିଲେ ନା ଅନ୍ୟମାନେ ସାମିଲ ଥିଲେ ସେନେଇ ବନବିଭାଗ ମଧ୍ୟ ଅଧିକ ତଦନ୍ତ କରିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି।

ତେବେ ଏହି ଖବରଦାତା ସମ୍ମିଳନୀରେ ଡିଆଇବି ଡିଏସପି ପ୍ରଦୀପ କେରକେଟା , ରିଆମାଳ ଥାନା ଅଧିକାରୀ ଲଳିତା ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?