ପ୍ରଚାର ବେଳେ ବିଜେଡି ପ୍ରାର୍ଥୀଙ୍କୁ ପଥରମାଡ଼ ଉଦ୍ୟମ

ବିଶୋଇ,୨୨ା୫ (ଅମିତ ଦାସ):ମୟୂରଭଞ୍ଜ ଜିଲା ସାରସକଣା ବିଧାନସଭା କ୍ଷେତ୍ର ଅଧୀନ ବିଜାତଳା ବ୍ଲକ ଅଞ୍ଚଳରେ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ଡା.ଦେବାଶିଷ ମାର୍ଣ୍ଡିଙ୍କ ଉପରକୁ ପଥର ମାଡ଼ ଉଦ୍ୟମ ହୋଇଛି। ଏଥିରେ ଡା. ମାର୍ଣ୍ଡି ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଜଣେ ଶିଶୁ ଓ ଅନ୍ୟଜଣେ ଯୁବକ ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ମଙ୍ଗଳବାର ଅପରାହ୍ନରେ ବିଜାତଳା ବ୍ଲକ ଅଧୀନ ଅସନା ଗ୍ରାମରେ ବିଜେଡି ପ୍ରାର୍ଥୀ ମାର୍ଣ୍ଡି ମାରାଥନ ପ୍ରଚାର କରିଥିଲେ। ପରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିମାଇଁ ଚରଣ ମୁର୍ମୁ, ବ୍ଲକ ସଭାପତି ମାଝିଆରାମ ଟୁଡୁ, ବିଶୋଇ ବ୍ଲକ ସଂଯୋଜକ ବିରଞ୍ଚତ୍ ନାରାୟଣ ନନ୍ଦ ପ୍ରମୁଖଙ୍କ ଉପସ୍ଥିତିରେ ଦଳୀୟ କର୍ମୀ ଓ ସ୍ଥାନୀୟ ଗ୍ରାମବାସୀଙ୍କୁ ନେଇ ପଥପ୍ରାନ୍ତ ସଭା କରୁଥିଲେ। ଏହି ସମୟରେ କିଛି ଦୁର୍ବୃତ୍ତ ଦେବାଶିଷଙ୍କୁ ଲକ୍ଷ୍ୟ କରି ପଥର ମାଡ଼ କରିଥିଲେ। ତେବେ ସୌଭାଗ୍ୟବଶତଃ ଏହି ପଥର ମାଡ଼ରୁ ଦେବାଶିଷ ଅଳ୍ପକେ ରକ୍ଷା ପାଇଯାଇଥିବା ବେଳେ ସେଠାରେ ଉପସ୍ଥିତ ଥିବା ଉକ୍ତ ଗ୍ରାମର ଜଣେ ଶିଶୁଙ୍କ ମୁଣ୍ଡ ଓ ଅନୃ୍ୟଜଣେ ଯୁବକଙ୍କ କାନମୁଣ୍ଡାରେ ପଥର ମାଡ଼ ହୋଇଥିଲା। ଫଳରେ ଉଭୟ ଗୁରୁତର ହୋଇଥିଲେ। ପରେ ଦେବାଶିଷ ନିଜ ଗାଡ଼ିରେ ଉଭୟଙ୍କୁ ବିଜାତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ଚିକିତ୍ସା କରାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟଶୈଳୀକୁ କିଛି ହୀନ ପ୍ରକୃତି ବ୍ୟକ୍ତି ସହିପାରୁ ନ ଥିବାରୁ ଏପରି ଅଭାବନୀୟ କାଣ୍ଡ ଘଟାଉଛନ୍ତି, ଯାହା ନିନ୍ଦନୀୟ ଏବଂ ଆଗାମୀ ନିର୍ବାଚନରେ ଲୋକେ ଏହାର ଉଚିତ ଜବାବ ଦେବେ ବୋଲି ଡା. ମାର୍ଣ୍ଡି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ବିଶ୍ୱର ଶ୍ରେଷ୍ଠ ୫ ଅର୍ଥନୀତିରେ ବେକାରି ସ୍ଥିତି କ’ଣ? କେତେ ନମ୍ବରରେ ଭାରତର ସ୍ଥାନ, ପଢନ୍ତୁ …

ନୂଆଦିଲ୍ଲୀ, ୧୧।୮: ଭାରତରେ ଡିଗ୍ରୀର ଭାର ବୋହି ଯେତେବେଳେ କୌଣସି ଯୁବକ ସକାଳୁ ସକାଳୁ ଚାକିରି ଖୋଜିବା ପାଇଁ ଘରୁ ବାହାରିଥାଏ, ସେତେବେଳେ ତାଙ୍କ ଆଖିରେ କେବଳ…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ବଢ଼ିବ ଡିଜେଲ ଦାମ! ସରକାରଙ୍କ ଏଭଳି ନିଷ୍ପତ୍ତି ପରେ ବଢିଲା…

ନୂଆଦିଲ୍ଲୀ, ୧୧।୮: ଦେଶରେ ପେଟ୍ରୋଲ ପରେ ଡିଜେଲରେ ମଧ୍ୟ ଏଥାନଲ ମିଶାଇବା ଯୋଜନା ଉପରେ ସରକାର ବର୍ତ୍ତମାନ ପାଇଁ ରୋକ ଲଗାଇ ଦେଇଛନ୍ତି। ତେଲ ବିପଣନ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri