ଦଶମରେ ଅଧିକ ଉପସ୍ଥାନ

ଅନୁଗୋଳ ଅଫିସ, ୮।୨ କୋଭିଡ୍‌ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପ୍ରଥମ ଦିନରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୫୦ ପ୍ରତିଶତରୁ ଅଧିକ ଉପସ୍ଥାନ ଦେଖାଯାଇଥିବା ବେଳେ ଦଶମ ଶ୍ରେଣୀର ଅଧିକ ପିଲା ସ୍କୁଲ ଆସିଥିବା ଜଣାପଡ଼ିଛି। ଟିକା ନେଇ ନ ଥିଲେ ମଧ୍ୟ ପିଲାମାନଙ୍କୁ ସ୍କୁଲ ପଠାଇବାକୁ ଅଭିଭାବକଙ୍କ ମଧ୍ୟରେ ଆଗ୍ରହ ରହିଥିବା ଏଥିରୁ ସ୍ପଷ୍ଟ ହେଉଛି। ଜିଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ କହିଛନ୍ତି, ପ୍ରଥମ ଦିନରେ ଜିଲାର ଅଷ୍ଟମ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ୭୦ ପ୍ରତିଶତ ରହିଛି। ସେହିପରି ନବମ ଶ୍ରେଣୀରେ ୬୭ ପ୍ରତିଶତ ଓ ଦଶମ ଶ୍ରେଣୀର ୮୯ ପ୍ରତିଶତ ପିଲା ସ୍କୁଲ ଆସିଛନ୍ତି। ଏହାଛଡ଼ା ଏକାଦଶ ଶ୍ରେଣୀରେ ୫୭ ପ୍ରତିଶତ ଏବଂ ଦ୍ୱାଦଶ ଶ୍ରେଣୀରେ ୬୬ ପ୍ରତିଶତ ଉପସ୍ଥାନ ଲକ୍ଷ୍ୟ କରାଯାଇଛି। ଆସନ୍ତା ୧୪ ତାରିଖରେ ପ୍ରାଥମିକ ସ୍କୁଲଗୁଡ଼ିକ ଖୋଲାଯିବାକୁ ସରକାର ନିର୍ଦ୍ଦେଶ ଦେଇଥିବାରୁ ଧୀରେ ଧୀରେ ଶିକ୍ଷା ବ୍ୟବସ୍ଥା ପୁଣି ଟ୍ରାକ୍‌କୁ ଫେରିବ। କିଛି ଦିନ ମଧ୍ୟରେ ଶ୍ରେଣୀଗୃହରେ ଉପସ୍ଥାନ ବୃଦ୍ଧି ପାଇବ। ନେଟ୍‌ଓ୍ବର୍କ ନ ଥିବା କାରଣରୁ ଜିଲାର ଦୁର୍ଗମ ଅଞ୍ଚଳର ଛାତ୍ରୀଛାତ୍ରମାନେ ଠିକ୍‌ ଭାବେ ଅନ୍‌ଲାଇନରେ ପଢ଼ିପାରି ନ ଥିଲେ। ତେଣୁ ସ୍କୁଲ ଖୋଲିବା ପରେ ସେମାନଙ୍କ ଶିକ୍ଷା ଚିନ୍ତା ଦୂର ହୋଇଥିବା ଜିଲା ଶିକ୍ଷା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି।…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri