ଦଶମରେ ଅଧିକ ଉପସ୍ଥାନ

ଅନୁଗୋଳ ଅଫିସ, ୮।୨ କୋଭିଡ୍‌ ସଂକ୍ରମଣ କାରଣରୁ ଦୀର୍ଘଦିନ ବନ୍ଦ ରହିବା ପରେ ସୋମବାରଠାରୁ ଅନୁଗୋଳ ଜିଲାରେ ହାଇସ୍କୁଲଗୁଡ଼ିକ ଖୋଲିଛି। ଫଳରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ପ୍ରଥମ ଦିନରେ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀରେ ୫୦ ପ୍ରତିଶତରୁ ଅଧିକ ଉପସ୍ଥାନ ଦେଖାଯାଇଥିବା ବେଳେ ଦଶମ ଶ୍ରେଣୀର ଅଧିକ ପିଲା ସ୍କୁଲ ଆସିଥିବା ଜଣାପଡ଼ିଛି। ଟିକା ନେଇ ନ ଥିଲେ ମଧ୍ୟ ପିଲାମାନଙ୍କୁ ସ୍କୁଲ ପଠାଇବାକୁ ଅଭିଭାବକଙ୍କ ମଧ୍ୟରେ ଆଗ୍ରହ ରହିଥିବା ଏଥିରୁ ସ୍ପଷ୍ଟ ହେଉଛି। ଜିଲା ଶିକ୍ଷା ଅଧିକାରୀ ନିରଞ୍ଜନ ସାହୁ କହିଛନ୍ତି, ପ୍ରଥମ ଦିନରେ ଜିଲାର ଅଷ୍ଟମ ଶ୍ରେଣୀରେ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ୭୦ ପ୍ରତିଶତ ରହିଛି। ସେହିପରି ନବମ ଶ୍ରେଣୀରେ ୬୭ ପ୍ରତିଶତ ଓ ଦଶମ ଶ୍ରେଣୀର ୮୯ ପ୍ରତିଶତ ପିଲା ସ୍କୁଲ ଆସିଛନ୍ତି। ଏହାଛଡ଼ା ଏକାଦଶ ଶ୍ରେଣୀରେ ୫୭ ପ୍ରତିଶତ ଏବଂ ଦ୍ୱାଦଶ ଶ୍ରେଣୀରେ ୬୬ ପ୍ରତିଶତ ଉପସ୍ଥାନ ଲକ୍ଷ୍ୟ କରାଯାଇଛି। ଆସନ୍ତା ୧୪ ତାରିଖରେ ପ୍ରାଥମିକ ସ୍କୁଲଗୁଡ଼ିକ ଖୋଲାଯିବାକୁ ସରକାର ନିର୍ଦ୍ଦେଶ ଦେଇଥିବାରୁ ଧୀରେ ଧୀରେ ଶିକ୍ଷା ବ୍ୟବସ୍ଥା ପୁଣି ଟ୍ରାକ୍‌କୁ ଫେରିବ। କିଛି ଦିନ ମଧ୍ୟରେ ଶ୍ରେଣୀଗୃହରେ ଉପସ୍ଥାନ ବୃଦ୍ଧି ପାଇବ। ନେଟ୍‌ଓ୍ବର୍କ ନ ଥିବା କାରଣରୁ ଜିଲାର ଦୁର୍ଗମ ଅଞ୍ଚଳର ଛାତ୍ରୀଛାତ୍ରମାନେ ଠିକ୍‌ ଭାବେ ଅନ୍‌ଲାଇନରେ ପଢ଼ିପାରି ନ ଥିଲେ। ତେଣୁ ସ୍କୁଲ ଖୋଲିବା ପରେ ସେମାନଙ୍କ ଶିକ୍ଷା ଚିନ୍ତା ଦୂର ହୋଇଥିବା ଜିଲା ଶିକ୍ଷା ଅଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri