ଆକୃଷ୍ଟ କରୁଛି ଆକର୍ଷଣୀୟ ରିହାତି

ଭୁବନେଶ୍ୱର,୨୩।୧୦ (ଅଭୟ ଦାଶ): ଚଳିତ ବର୍ଷ ପାର୍ବଣ ସମୟରେ ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ ମେଳା (ଏକ୍ସପୋ)ର ଆୟୋଜନ ଭୁବନେଶ୍ୱରର ପ୍ରଦଶର୍ନୀ ପଡିଆଠାରେ କରାଯାଇଛି। ବିଶେଷକରି ଶାରଦୀୟ ପୂଜା ବୁଲା ସାଙ୍ଗକୁ ସାରା ଦେଶର ଭଳିକି ଭଳି ପୋଷାକ ଓ ହସ୍ତଶିଳ୍ପ ସାମଗ୍ରୀର ବ୍ୟାପକ ସମ୍ଭାର ଉଭୟ ସହରବାସୀ ଏବଂ ପାର୍ବଣ ଉପଭୋକ୍ତାଙ୍କୁ ବେଶ୍‌ ଆକର୍ଷିତ କରିଛି। ଏପରିକି ପୂଜା ସାଙ୍ଗକୁ ରବିବାରର ଭିଡ଼ ମେଳାର କାରବାରକୁ ଦ୍ୱିଗୁଣିତ କରିଛି। ଅପରପକ୍ଷରେ ଓଡ଼ିଶା ସରକାରଙ୍କ ଅଗ୍ରଣୀ ସଂସ୍ଥା ବୟନିକା ଷ୍ଟଲରେ ଭିଡ଼ ଅଧିକ ଦେଖାଦେଇଥିବା ବେଳେ ବୟନିକାର ବିଶେଷ ସରକାରୀ ରିହାତି ୨୦+୧୦% ଗ୍ରାହକଙ୍କୁ ବେଶ୍‌ ଉତ୍ସାହିତ କରୁଛି। ସେହିଭଳି ଉକ୍ତ ମେଳାରେ ପ୍ରାୟ ୭୦ଟି ଷ୍ଟଲ ପଡିଥିବାବେଳେ ଓଡ଼ିଶା ସମେତ ପଞ୍ଜାବ, ହରିୟାଣା, ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ରାଜସ୍ଥାନ, ମଧ୍ୟପ୍ରଦେଶ, ଗୁଜରାଟ, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ, କର୍ନାଟକ, ତେଲଙ୍ଗାନା, ଆସାମ, ପୁଡୁଚେରୀ, ତାମିଲନାଡୁ ଏବଂ ଜମ୍ମୁ-କାଶ୍ମୀର ଭଳି ରାଜ୍ୟର ବୁଣାକାର ସଂଘ, ନିଗମ ଓ ବ୍ୟବସାୟୀମାନଙ୍କର ଭଳିକି ଭଳି ପୋଷାକ ଉଭୟ ବିକ୍ରି ଓ ପ୍ରଦର୍ଶନୀ ପାଇଁ ମେଳାରେ ଉପଲବ୍ଧ। ସେହିପରି ଆକର୍ଷଣୀୟ ପୋଷାକ ସାଙ୍ଗକୁ ଘରକରଣା ସାମଗ୍ରୀ ଆଦି ଉପରେ ୨୦% ର ସ୍ବତନ୍ତ୍ର ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଉଛି। ଏପରିକି ଏଠାରେ ସମସ୍ତ ଡେବିଟ ଓ କ୍ରେଡିଟ କାର୍ଡର ବ୍ୟବହାର କାରବାର ସମୟରେ ଗ୍ରହଣ କରାଯାଉଛି। ଉଲ୍ଲେଖଯୋଗ୍ୟ, କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ହ୍ୟାଣ୍ଡଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ଏକ୍ସପୋର ଆୟୋଜନ ଭୁବନେଶ୍ୱରର ପ୍ରଦଶର୍ନୀ ପଡିଆଠାରେ କରାଯାଇଛି। ବିଶେଷକରି ଏହି ମେଳା ୨୦୨୩ ନଭେମ୍ବର ୧୧ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ପ୍ରତିଦିନ ସକାଳ ୧୧ ଘଟିକାରୁ ସନ୍ଧ୍ୟା ୯ ଘଟିକା ପର୍ଯ୍ୟନ୍ତ ମେଳା ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ ବୋଲି କାମଧେନୁ ଖଦି ଉଲ୍‌ ପାନିପଥର ସମ୍ପାଦକ ରାଜେନ୍ଦ୍ର ଚୌଧୁରୀ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ନୁଆମାହରା ଘାଇ ପୁଣି ଭାଙ୍ଗିଲା, ୧୦ ଗ୍ରାମବାସୀ ଜଳବନ୍ଦୀ

ସିଂହପୁର,୨୬।୯: ଅନଙ୍ଗ ଉଦୟ ବେଉରିଆ ଖରସ୍ରୋତା ନଦୀରେ ପୁଣି ବନ୍ୟା ଆସିବାରୁ ବିଂଝାରପୁର ବ୍ଲକ ଅନ୍ତର୍ଗତ ଜରି ପଞ୍ଚାୟତ ନାଉବାଙ୍କ ଗ୍ରାମ ନିକଟ ନୁଆମାହାରଠାରେ ପୁଣି ଘାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?