ଅଶ୍ୱତ୍‌ଥ ପତ୍ରରେ ଆକର୍ଷଣୀୟ କଳାକୃତି

କଟକ ଅଫିସ, ୧୬ା୪: କାନ୍‌ଭାସ ପରିବର୍ତ୍ତେ ପତ୍ର, ବାଦାମ, ନଡ଼ିଆ ଆଦିରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କି ଚର୍ଚ୍ଚାରେ କଟକ ଦରଘାବଜାର ଜେଲ୍‌ରୋଡ଼ ଅଞ୍ଚଳର ଭାଗ୍ୟଶ୍ରୀ ବେହେରା ା ରାଜେନ୍ଦ୍ର ବେହେରା ଓ ଉଷାରାଣୀ ବେହେରାଙ୍କ ଏକମାତ୍ର ଝିଅ ଭାଗ୍ୟଶ୍ରୀ ଜଣେ ବ୍ୟାକିଂ ଛାତ୍ରୀ। ହେଲେ ଚିତ୍ର ଆଙ୍କିବା ପ୍ରତି ପିଲାବେଳୁ ତାଙ୍କର ଆଗ୍ରହ ରହିଛି। ସେ ଅଶ୍ୱତ୍‌ଥ ପତ୍ରରେ ଶ୍ରୀଜଗନ୍ନାଥଙ୍କ କଳାକୃତି ଆଙ୍କିଛନ୍ତି। ହେଲେ ଏଥିପାଇଁ ସେ କୌଣସି ପ୍ରଶିକ୍ଷଣ ନେଇନାହାନ୍ତି। ଏ ସମ୍ପର୍କରେ ଭାଗ୍ୟଶ୍ରୀ କହିଛନ୍ତି, ପ୍ରଥମେ କାନ୍‌ଭାସରେ ଚିତ୍ର ଆଙ୍କୁଥିଲି। କିଛି ମାସ ହେବ ଅଶ୍ୱତ୍‌ଥ ପତ୍ରରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଆଙ୍କିବା ଆରମ୍ଭ କରିଛି। ଏହା ମୋତେ ସ୍ବତନ୍ତ୍ର ପରିଚୟ ଦେଇଛି। ପ୍ରଥମେ ବାଡ଼ିରେ ଥିବା ଅଶ୍ୱତ୍‌ଥ ଗଛରୁ ପତ୍ର ଆଣି ୨୫ରୁ ୩୦ ଦିନ ପର୍ଯ୍ୟନ୍ତ ପାଣିରେ ଭିଜାଇଥାଏ। ପରେ ପତ୍ରର ଉପରସ୍ତରକୁ ସଫା କରି ଶୁଖାଇଥାଏ। ଏହାପରେ ତାହାକୁ ଚିତ୍ରକଳା ପାଇଁ ବ୍ୟବହାର କରେ। ପତ୍ରରେ ଶ୍ରୀଜଗନ୍ନାଥଙ୍କ ଭଳି ଶିବ, ହନୁମାନ ଆଦି ଅନେକ ଠାକୁରଙ୍କ ଚିତ୍ର ଆଙ୍କିଛି। ସେହିପରି ବାଦାମ, ନଡିଆରେ ମଧ୍ୟ ଚିତ୍ର ଆଙ୍କିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସି ପ୍ରାର୍ଥୀଙ୍କ ଉପରେ ନିର୍ଭରକଲେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ

ନୂଆଦିଲ୍ଲୀ,୬ା୪: ଭୋଟ ପରିଚାଳନା କରୁଥିବା ପଦାଧିକାରୀ ଯଦି ପ୍ରାର୍ଥୀମାନଙ୍କ ଉପରେ ନିର୍ଭର କରନ୍ତି, ତେବେ ନିର୍ବାଚନ ନିରପେକ୍ଷ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ବି.ଭି. ନାଗରତ୍ନା…

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri