ଓଟିଏସ୍‌ ଯୋଜନାରେ ଆକର୍ଷଣୀୟ ରିହାତି

ଭୁବନେଶ୍ୱର,୨୭।୭: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିକଟରେ ଗ୍ରାହକମାନଙ୍କ ପାଇଁ ଓ୍ବାନ୍‌ ଟାଇମ ସେଟଲମେଣ୍ଟ (ଓଟିଏସ୍‌) ଯୋଜନାର ଆରମ୍ଭ କରାଯାଇଥିଲା। ଉକ୍ତ ଯୋଜନା ଅଧୀନରେ ଯୋଗ୍ୟ ଗ୍ରାହକମାନେ ୨୦୨୦ ମେ’ ୩୧ ସୁଦ୍ଧା ଥିବା ବକେୟା ବିଦ୍ୟୁତ୍‌ ବିଲ୍‌ ଉପରେ ୩୦% ପର୍ଯ୍ୟନ୍ତ ରିହାତି ପାଇପାରିବେ। ସେହିଭଳି ନିର୍ଦ୍ଦିଷ୍ଟ ଭାବେ ଦୀର୍ଘଦିନରୁ ବିଦ୍ୟୁତ୍‌ ବିଲ୍‌ ବକେୟା ରଖିଥିବା ସମସ୍ତ ଲୋ ଟେନ୍‌ସନ ବିଦ୍ୟୁତ୍‌ ଗ୍ରାହକମାନେ ସେମାନଙ୍କ ଅତୀତ ବକେୟାର ମୂଳ ରାଶି ଉପରେ ଏକକାଳୀନ ୩୦% ପର୍ଯ୍ୟନ୍ତ ରିହାତି ପାଇପାରିବେ। ଏପରିକି ସେମାନେ ବିଳମ୍ବିତ ପେମେଣ୍ଟ ସରଚାର୍ଜ ଉପରେ ମଧ୍ୟ ଅତିରିକ୍ତ ୮୦%ର ରିହାତି ମଧ୍ୟ ପାଇପାରିବେ। ସେହିପରି ସମସ୍ତ ହାଇଟେନ୍‌ସନ ଓ ଏକ୍ସଟ୍ରା ହାଇ ଟେନ୍‌ସନ ଗ୍ରାହକମାନେ ବିଳମ୍ବିତ ପେମେଣ୍ଟ ସରଚାର୍ଜ ଉପରେ ୬୦% ପର୍ଯ୍ୟନ୍ତ ରିହାତି
ପାଇପାରିବେ। ଏପରିକି ଗ୍ରାହକମାନେ ଦେୟମୁକ୍ତ ନମ୍ବର ୧୯୧୨,୧୮୦୦-୩୪୫-୭୧୨୨ କୁ ମଧ୍ୟ କଲ୍‌ କରି ପଞ୍ଜୀକରଣ କରିପାରିବେ। ଅପରପକ୍ଷରେ ଗ୍ରାହକମାନେ ୯୧୨୪୯୯୮୭୨୯ ନମ୍ବରକୁ ହ୍ବାଟ୍ସ୍‌ଆପ୍‌ କରି ମଧ୍ୟ ସେମାନଙ୍କର ପଞ୍ଜୀକରଣ କରାଇପାରିବେ। ପଞ୍ଜୀକରଣ ପ୍ରକ୍ରିୟାରେ ଆମ ‘ଗାଁ ଚାଲ’ ଶିବିର ମଧ୍ୟ ବିଶେଷ ସହାୟତା ପ୍ରଦାନ କରୁଛି। ଏହି ଯୋଜନା ସମ୍ପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଲାଗି ଟିପିସିଓଡିଏଲ୍‌ ପକ୍ଷରୁ ଯୋଜନାର ବିବରଣୀ ବିଷୟରେ ସମସ୍ତ ଗ୍ରାହକଙ୍କୁ ବିଭିନ୍ନ ମାଧ୍ୟମରେ ସୂଚିତ କରାଇଛି। ଏହି ସ୍ବତନ୍ତ୍ର ଯୋଜନାର ଲାଭ ହାସଲ କରିବାର ଶେଷ ତାରିଖ ୨୦୨୩ ଜୁଲାଇ ୩୧ ରହିଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୨ା୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri