ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର

ଭୁବନେଶ୍ୱର,୨୦।୯: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷ ଦୁର୍ଗା ପୂଜା ପାଇଁ ଆକର୍ଷଣୀୟ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଖିମ୍‌ଜୀ ଜୁଏଲର୍ସ ନିଜର ମୂଲ୍ୟବାନ ଗ୍ରାହକଙ୍କ ପାଇଁ ସୁନା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୨୫%ର ରିହାତି ଏବଂ ହୀରା ଅଳଙ୍କାର ଉପରେ ୨୦% ପର୍ଯ୍ୟନ୍ତ ରିହାତି ଭଳି ମନଲୋଭା ଅଫର ପ୍ରଦାନ କରୁଛି। ଏହି ଅଫରଗୁଡିକ ୨୦ ସେପ୍ଟେମ୍ବରରୁ ଓଡ଼ିଶାର ସମସ୍ତ ଖିମ୍‌ଜୀ ଷ୍ଟୋରରେ ଉପଲବ୍ଧ ରହିବ। ଏ ସମ୍ପର୍କରେ ଖିମ୍‌ଜୀ ଜୁଏଲର୍ସର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଦୁର୍ଗା ପୂଜା ଲୋକଙ୍କ ହୃଦୟରେ ଏକ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଥାଏ। ଚଳିତ ବର୍ଷ ପାର୍ବଣର ଖୁସିକୁ ଦୁଇଗୁଣିତ କରିବାକୁ ଆମେ ଚେଷ୍ଟା କରିଛୁ ଏବଂ ଆମର ଏହି ବିଶେଷ ଅଫର୍‌ ପୂଜା ଋତୁରେ ଅଧିକ ରଙ୍ଗ ଯୋଡିବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ସେହିପରି ଖିମଜୀ ଜୁଏଲର୍ସରେ ଅଳଙ୍କାରର ବିଶାଳ ସଂଗ୍ରହ ଲକ୍ଷ ଲକ୍ଷ ଲୋକଙ୍କ ହୃଦୟକୁ ସର୍ବଦା ଆକର୍ଷିତ କରିଆସୁଛି। ବର୍ଷ ବର୍ଷ ଧରି, ଖିମଜୀ, ଗ୍ରାହକଙ୍କ ଅଳଙ୍କାର କିଣିବା ଢଙ୍ଗକୁ ପରିବର୍ତ୍ତନ ଆଣିବା ସହ ଶୁଦ୍ଧତା, ଆକର୍ଷଣୀୟ ଡିଜାଇନ୍‌ ଏବଂ ରିଟେଲ୍‌ ଅଭିଜ୍ଞତା ଦ୍ୱାରା ଗ୍ରାହକଙ୍କ ବିଶ୍ୱାସ ଜିତି ରିଟେଲ୍‌ ଅଳଙ୍କାର ଶିଳ୍ପକୁ ଆଗେଇ ନେଇଛି। ଏହା ଉଲ୍ଲେଖଯୋଗ୍ୟ ଯେ, ଗ୍ରାହକଙ୍କୁ ହଲମାର୍କ ଅଳଙ୍କାର ଯୋଗାଇବାରେ ଏବଂ ସ୍ବୀକୃତିପ୍ରାପ୍ତ ହୀରା ଅଳଙ୍କାରରେ ୧୦୦% ବାଏ ବ୍ୟାକ୍‌ ଗ୍ୟାରେଣ୍ଟି ଦେବାରେ ଖିମଜୀ ଜୁଏଲର୍ସ ହେଉଛି ରାଜ୍ୟର ପ୍ରଥମ ଜୁଏଲେରି ଶୃଙ୍ଖଳ ଭାବେ ପରିଚିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri