ଆକୃଷ୍ଟ କରୁଛି ଆକର୍ଷଣୀୟ ଅଫର

ଭୁବନେଶ୍ୱର,୨୯।୪: ଗ୍ରୀଷ୍ମ ଉତ୍ତାପରୁ ଆମକୁ ରକ୍ଷାକରିବା ଲାଗି ପାରମ୍ପରିକ ହସ୍ତତନ୍ତ ବସ୍ତ୍ର ତଥା ଜାମା ଓ ପାଇଜାମା ବିଶେଷ ଭାବେ ସହାୟକ ହୋଇଥାଏ। ଏପରିକି ବ୍ରାଣ୍ଡେଡ୍‌ କପଡ଼ାକୁ ପଛରେ ପକାଇ ଲୋକେ ଏହାକୁ ଅଧିକ ପସନ୍ଦ କରିଥାଆନ୍ତି। ଓଡ଼ିଶାର ଲୋକଙ୍କ ଏହି ଉଚ୍ଚକୋଟୀର ପରିଧାନ ଆଗ୍ରହକୁ ଆଖିରେ ରଖି ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆଠାରେ ଏକ ସ୍ବତନ୍ତ୍ର ପାରମ୍ପରିକ ହସ୍ତତନ୍ତ ମେଳା ଆୟୋଜିତ ହୋଇଛି। ଏଥିରେ ୧୮ଟି ରାଜ୍ୟର ବିଭିନ୍ନ ପାରମ୍ପରିକ କଳାନୈପୁଣ୍ୟରେ ଭରା ବସ୍ତ୍ର, କପଡ଼ା ତଥା ରେଡିମେଡ୍‌ ଜାମା ଓ ପାଇଜାମାର ବ୍ୟାପକ ସମ୍ଭାର ଉପଲବ୍ଧ। ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ର, ଜମ୍ମୁ-କାଶ୍ମୀର, ହରିୟାଣା, ପଶ୍ଚିମବଙ୍ଗ, ଗୁଜରାଟ, କର୍ନାଟକ, ଆସାମ, ବିହାର, ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ଉତ୍ତରପ୍ରଦେଶ, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶାର ବୁଣାକାର ତଥା ବ୍ୟବସାୟୀ ସାମିଲ ହୋଇଛନ୍ତି। ବାହାଘର ଓ ଅନ୍ୟ୍ୟାନ୍ୟ ବିଶେଷ ପର୍ବପର୍ବାଣିକୁ ଆଖିରେ ରଖି ଉପରୋକ୍ତ ରାଜ୍ୟର କାରିଗରମାନେ ସୁନ୍ଦର ସୁନ୍ଦର ବସ୍ତ୍ର ପ୍ରସ୍ତୁତ କରିଛନ୍ତି। ସବୁଠାରୁ ଆକର୍ଷଣୀୟ ବିଷୟ ହେଉଛି ପସନ୍ଦର ବସ୍ତ୍ର ବା ଉତ୍ପାଦକୁ କିଣିଲେ ଆୟୋଜକଙ୍କ ପକ୍ଷରୁ ୨୦%ର ରିହାତି ଦିଆଯାଉଛି। ସୂଚନାଯୋଗ୍ୟ, ପ୍ରତିଦିନ ପୂର୍ବାହ୍ନ ୧୧ ଟାରୁ ରାତି ୯ଟା ପର୍ଯ୍ୟନ୍ତ ଏହି ମେଳା ଖୋଲା ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri