ଦୃଷ୍ଟି ଆକର୍ଷଣ କରୁଛି ମଧୁବନୀ ଚିତ୍ରକଳା

ଢେଙ୍କାନାଳ ଅଫିସ,୩୦ା୫: ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନ (ଆଇଆଇଏମ୍‌ସି)ରେ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା କରାଯାଇଥିବା ପ୍ରାଚୀର ଚିତ୍ର ଆକର୍ଷଣୀୟ ହୋଇଥିବା ବେଳେ ମଧୁବନୀ ଚିତ୍ରକଳା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଛାତ୍ରୀଛାତ୍ର, ଅଧ୍ୟାପକମାନେ ଚିତ୍ରକଳାକୁ ଉପଭୋଗ କରୁଛନ୍ତି। ହରିଣ, ହାତୀ, ଚଢେଇ, ଗଛଲତା ଆଦିର ସୁନ୍ଦର ରୂପରେଖ ତିଆରି ହେଉଛି। ବୈଷୟିକ ସଂଯୋଜକ ତଥା ଚିତ୍ରକର ବଦ୍ରିନାଥ ଜେନାଙ୍କ ନେତୃତ୍ୱରେ ଛାତ୍ରୀ ପ୍ରୀତିନନ୍ଦା ବେହେରା, କାବ୍ୟା ନାୟାର, ଶୁଭଲକ୍ଷ୍ମୀ ଓଝା, ରୂପାଲି ଚୌଧୁରୀ, ଛାତ୍ର ପ୍ରଶାନ୍ତ କୁମାର, ଇଜାଜ୍‌ ଖାନ୍‌, ରଜତ ଖର୍ଗୱାଲ ଏହି ଚିତ୍ରକଳା ଅଙ୍କନ କରିଛନ୍ତି। ଗତ ୨୪ ତାରିଖରେ ସଂସ୍ଥାନକୁ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଆସିଥିବା ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ଶାନ୍ତନୁ କୁମାର ସର ପ୍ରାରମ୍ଭିକ ରଙ୍ଗମାରି ଆଧୁନିକ ଚିତ୍ରକଳା ଅଙ୍କନର ଶୁଭାରମ୍ଭ କରିଥିଲେ। ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ମୃଣାଳ ଚାଟାର୍ଜୀଙ୍କ ପରିକଳ୍ପନାରେ ଏହାର ପ୍ରାକୃତିକ ପରିବେଶ ସବୁଜିମା ଓ ଆକର୍ଷଣୀୟ ହୋଇଉଠିଛି। ପୂର୍ବାଞ୍ଚଳର ଏହି କ୍ୟାମ୍ପସକୁ କଳା ଓ ସଂସ୍କୃତିର ଛାପ ଦିଆଯାଇଛି। ଆଦିବାସୀ ଚିତ୍ରକଳା, ମଧୁବନୀ ଓ ମଣ୍ଡଳ ଆର୍ଟ ପରେ ଏବେ ଆଧୁନିକ ଚିତ୍ରକଳାରେ ସଂସ୍ଥାନର କାନ୍ଥ ଝଲସି ଉଠୁଛି। ପାଠପଢ଼ା ସହ ଛାତ୍ରୀଛାତ୍ରଙ୍କୁ କଳା ସଂସ୍କୃତି ପ୍ରତି ଆକୃଷ୍ଟ କରିବାରେ ଏହା ସହାୟକ ହୋଇଛି। ବିଭିନ୍ନ ରାଜ୍ୟରୁ ଆସୁଥିବା ଛାତ୍ରୀଛାତ୍ର ଚିତ୍ରକଳା ସହ ନିଜକୁ ସମ୍ପୃକ୍ତ କରି ଆନନ୍ଦିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri