ଯୁବ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଗଞ୍ଜାମ ଜିଲା ଗୋପାଳପୁରଠାରେ ବିଜୁ ଆଡ୍‌ଭେଞ୍ଚର ପାର୍କକୁ ଭର୍ଚୁଆଲରେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ପାର୍କ ଗୋପାଳପୁର ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ। ବିଶେଷ କରି ଆଡ୍‌ଭେଞ୍ଚର କ୍ରୀଡ଼ା ଯୁବ ଗୋଷ୍ଠୀଙ୍କୁ ଆକର୍ଷିତ କରିବ।
ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ବିମାନ ଉଡ଼ାଣ ଦକ୍ଷତା ତଥା ସାହସିକତା କ୍ରୀଡ଼ାକୁ ସମ୍ମାନ ଜଣାଇ ତାଙ୍କ ନାମରେ ଏହି ପାର୍କକୁ ନାମିତ କରାଯାଇଛି। ଏହି ପାର୍କ ପାଇଁ ୨.୫ କୋଟି ବ୍ୟୟବରାଦ ହୋଇଛି। ଏହି ପାର୍କରେ ରିଭର କ୍ରସିଂ ଜିପ୍‌ ଲାଇନ ସହିତ ଅନେକ ସୁବିଧା ରହିଛି। ଓଡ଼ିଶାରେ ପ୍ରଥମ ଥର ପାଇଁ ୨୫୦ ମିଟର ଲମ୍ବର ରିଭର କ୍ରସିଂ ଜିପ୍‌ ଲାଇନ କରାଯାଇଛି। ଉଭୟ ପଟୁ କରାଯାଇଥିବା ଜିପ୍‌ ଲାଇନ ଗୋପାଳପୁର ବେଳାଭୂମିର ସୌନ୍ଦର୍ଯ୍ୟକୁ ଆହୁରି ବର୍ଦ୍ଧିତ କରିବ। ଏହାଛଡ଼ା ଏହି ପାର୍କରେ ୪୦ ଫୁଟ ଜିଆଣ୍ଟ ସୁଇଙ୍ଗ, ଏଆର ଗନ୍‌ ସୁଟିଂ, ବୁଙ୍ଗି ଟ୍ରାମ୍ପୋଲିନ, ମେକାନିକାଲ ବୁଲ୍‌ ରାଇଡ, ନେଟେଡ କ୍ରିକେଟ ଆଦି ବ୍ୟବସ୍ଥା ରହିଛି। ଏଥିସହିତ ରକ କ୍ଲାଇମ୍ବିଂ, ରାପେଲିଂ, ଡ୍ୟାସିଂ କାର, ଜୋରବିଙ୍ଗ ଆଦି ଦୁଃସ ାହସିକ କ୍ରୀଡ଼ାକୁ ସାମିଲ କରାଯିବା ବ୍ୟବସ୍ଥା ରହିଛି। ଏହାଦ୍ୱାରା ଗୋପାଳପୁରକୁ ବିଦେଶୀ ପର୍ଯ୍ୟଟକମାନେ ଆକର୍ଷିତ ହେବେ।
ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ। ଏଥିସହିତ ଗୋପାଳପୁର କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ସିନ୍ଧେ ଦତ୍ତାତ୍ରେୟ ଭାଉସାହେବ ଓ ବ୍ରହ୍ମପୁର ଉପଜିଲାପାଳ ଭି.କୀର୍ତ୍ତିୱାସନ, ଗୋପାଳପୁର ଏନ୍‌ଏସି ଚେୟାରମ୍ୟାନ ଜାନକୀ ରାମ ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ରଙ୍ଗେଇଲୁଣ୍ଡା ବିଡିଓ ପ୍ରସନ୍ନ ପାତ୍ର, ତହସିଲଦାର ସୋନାଲି ଚାନ୍ଦ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ତ୍ରିନାଥ ବେହେରା, ଭାଇସ ଚେୟାରମ୍ୟାନ ବି.ଉମା, ରାମହରି ପାତ୍ର, ଶିବରାମ ପାତ୍ର, ସମସ୍ତ କାଉନସିଲର, ବିଭିନ୍ନ ବିଭାଗର ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri