ଅଟ୍ରୀ ଉଷ୍ଣ ପ୍ରସ୍ରବଣ ବିକାଶ ପାଇଁ ନକ୍ସା ପ୍ରସ୍ତୁତ

ବାଘମାରୀ,୧୪।୮(ଶୁଭକାନ୍ତ ମହାପାତ୍ର): ବେଗୁନିଆ ବ୍ଲକ ଅନ୍ତର୍ଗତ ବାଘମାରୀ ପଞ୍ଚାୟତର ଅନତୀ ଦୂରରେ ରହିଛି ବାବା ହଟକେଶ୍ୱରଙ୍କ ପୀଠ। ଏଠାରେ ଥିବା ଅଟ୍ରୀ ଉଷ୍ଣ ପ୍ରସ୍ରବଣ ଅବହେଳିତ ଅବସ୍ଥାରେ ରହିଛି। ତେବେ ସ୍ଥାନୀୟ ବିଧାୟକ ରାଜେନ୍ଦ୍ର କୁମାର ସାହୁଙ୍କ ପ୍ରତିଶ୍ରୁତି ମୁତାବକ ଏହାର ସ୍ଥିତି ଧୀରେ ଧୀରେ ସୁଧୁରୁଛି। ଏହି ଉଷ୍ଣ ପ୍ରସ୍ରବଣର ବିକାଶ ପାଇଁ ବିଧାୟକ, ସ୍ଥାନୀୟ ସରପଞ୍ଚ, ଗ୍ରାମ୍ୟ କମିଟିଙ୍କ ଉପସ୍ଥିତିରେ ପର୍ଯ୍ୟଟନ ବିଭାଗ ଓ ସ୍ଥାନୀୟ ପ୍ରଶାସନର ଏକ ପ୍ରତିନିଧି ମଣ୍ଡଳୀ ନକ୍ସା ପ୍ରସ୍ତୁତ କରିଛନ୍ତି। ଏହି ନକ୍ସାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ ପ୍ରେରଣ କରାଯିବ।
ବର୍ଷକ ବାରମାସ ଏଠାରେ ପର୍ଯ୍ୟଟକଙ୍କ ଗହଳି ହୋଇଥାଏ। ହଟକେଶ୍ୱରଙ୍କ ଦର୍ଶନ ସହ ଉଷ୍ଣ ପ୍ରସ୍ରବଣରେ ସ୍ନାନ କଲେ ଚର୍ମ ରୋଗ ଭଲ ହେବା ସହିତ ଓ କୁଆକୁଣ୍ଡର ପାଣି ସେବନ କଲେ ପେଟ ରୋଗ ଭଲ ହୋଇଥାଏ। ମକର ସଂକ୍ରାନ୍ତିରେ ମାନସିକ କୁଣ୍ଡରେ ଅପୁତ୍ରକ ନାରୀମାନେ ଗୁଆ ପ୍ରାପ୍ତି କଲେ ବର୍ଷକ ଭିତରେ ସନ୍ତାନ ପ୍ରାପ୍ତି ହୁଏ ବୋଲି ଲୋକବିଶ୍ୱାସ ରହିଛି। ଅନ୍ୟପଟେ ବର୍ଷାଦିନେ ବନ୍ୟା ସମୟରେ ନିମଗ୍ନ ହୁଏ ଏହି ସ୍ଥଳୀ। ଏହାକୁ ବନ୍ୟା ନିରୋଧକ କରିବା, କୁଆକୁଣ୍ଡର ପୁନରୁଦ୍ଧାର, ସୌନ୍ଦର୍ଯ୍ୟକରଣ, ନୂତନ ପାନ୍ଥଶାଳା ନିର୍ମାଣ ଓ ବୋଟିଂ କମ୍ପ୍ଲେକ୍ସ ସ୍ଥାପନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଆସୁଛି। ସେହିପରି ପର୍ଯ୍ୟଟକଙ୍କ ଭିଡ଼କୁ ନଜରରେ ରଖି ରାଜ୍ୟ ସରକାର ସ୍ଥାନୀୟ ବିଧାୟକଙ୍କ ସୁପାରକ୍ରମେ ଅଟ୍ରି-ଜକରା ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗଠାରୁ ପୂର୍ତ୍ତ ବିଭାଗକୁ ହସ୍ତାନ୍ତର କରିଛନ୍ତି। ତେବେ ଏହି ରାସ୍ତାର ପ୍ରଶସ୍ତୀକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ପୂର୍ତ୍ତ ବିଭାଗ ଦ୍ୱାରା ଟେଣ୍ଡର ଆହୂତ ହୋଇସାରିଛି। ଏହି ରାସ୍ତାର ପ୍ରଶସ୍ତୀକରଣ ପାଇଁ ଅଞ୍ଚଳବାସୀଙ୍କ ସହଯୋଗ କାମନା କରିଛନ୍ତି ସ୍ଥାନୀୟ ବିଧାୟକ ସାହୁ। ରାଜ୍ୟ ସଭା ସଦସ୍ୟ ଡ.ଶସ୍ମିତ୍‌ ପାତ୍ରବାଘମାରୀକୁ ପୋଷ୍ୟ ଗ୍ରାମଭାବେ ଗ୍ରହଣ କରିଛନ୍ତି। ବାଘମାରୀ ଠାରେ ଏକ ପାସେଞ୍ଜର ହଲ୍ଟ ନିର୍ମାଣ ପାଇଁ ସଂସଦରେ ପାତ୍ର ଉପସ୍ଥାପନ କରିବା ସହିତ ରେଳମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଅଞ୍ଚଳବାସୀଙ୍କ ଦାବି ନ୍ୟାଯ୍ୟ ଯୋଗୁ ସରକାର ମଞ୍ଜୁର କରିଛନ୍ତି। ପ୍ରକାଶ ଯେ, ଆସନ୍ତା ୨୨ ତାରିଖରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ବେଗୁନିଆ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଅଞ୍ଚଳବାସୀଙ୍କ ଅଭିଯୋଗ ଶୁଣିବା ସହିତ ଏହାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବେ ବୋଲି ଜଣାପଡ଼ିଛି।

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri