ଅତୁଲ ଗୁପ୍ତାଙ୍କୁ ମିଳିବନି ଆଫ୍ରିକା ପାସପୋର୍ଟ, ହାରିଲେ ଆଇନର ଲଢେଇ

ଜୋହାନସବର୍ଗ,୨୪ ।୧: ଦୁବଇରେ ସ୍ୱନିର୍ବାସନରେ ରହୁଥିବା ୩ ଗୁପ୍ତା ଭାଇଙ୍କ ମଧ୍ୟରୁ ଜଣେ ଅତୁଲ ଗୁପ୍ତାଙ୍କୁ ଦକ୍ଷିଣ ଆଫ୍ରିକାର ନୂଆ ପାସପୋର୍ଟ ମିଳିବ ନାହିଁ । ଏଥିପାଇଁ ଅତୁଲ ଗୁପ୍ତା ହାଇକୋର୍ଟରେ ଆଇନର ଲଢେଇରେ ହାରି ଯାଇଛନ୍ତି । ଅତୁଲ, ଅଜୟ ଓ ରାଜେଶ ଗୁପ୍ତାଙ୍କ ଉପରେ ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ ଜୁମାଙ୍କ ସହ ଅତି ନିକଟ ସମ୍ପର୍କର ଲାଭ ଉଠାଇ ଅରବ ଟଙ୍କାର ଠକେଇ ମାମଲାର ବିଚାର ଚାଲିଛି ।

ଅତୁଲ ଓ ରାଜେଶ ଗୁପ୍ତା ଏବେ ଦକ୍ଷିଣ ଆଫ୍ରିକାରେ ଅଭିଯୋଗର ସାମ୍ନା କରିବାକୁ ପ୍ରତ୍ୟର୍ପଣକୁ ଅପେକ୍ଷା ରଖିଛନ୍ତି । ୨୦୧୮ରେ ଜୁମାଙ୍କ ରାଷ୍ଟ୍ରପତି ପଦ ଯିବା ପରେ ଗୁପ୍ତା ଭାଇ ତାଙ୍କ ପରିବାର ସହ ଦୁବଇ ଚାଲିଯାଇଥିଲେ । ଆମେରିକା ଓ ବ୍ରିଟେନ ବି ଏମାନଙ୍କୁ କଳା ତାଲିକାଭୁକ୍ତ କରିଛି ।
ପ୍ରିଟୋରିଆ ହାଇକୋର୍ଟ ପକ୍ଷରୁ ଶୁକ୍ରବାର ହୋଇଥିବା ଶୁଣାଣିରେ କୁହାଯାଇଛି, ଅତୁଲ ଗୁପ୍ତା ଦକ୍ଷିଣ ଆଫ୍ରିକା ପାସପୋର୍ଟ ପାଇବାକୁ ଯୋଗ୍ୟ ନୁହେଁ କାରଣ ସେ ପଳାତକ । ଗୁପ୍ତା ୨୦୧୮ରେ ପାର୍ସପୋର୍ଟ ପାଇଁ ଦୁବଇ ସ୍ଥିତ ଦକ୍ଷିଣ ଆଫ୍ରିକା ବାଣିଜ୍ୟ ଦୂତାବାସ ସହ ସମ୍ପର୍କ କରିଥିଲେ । ସେତେବେଳେ ତାଙ୍କ ବିରୋଧରେ ପ୍ରତ୍ୟର୍ପଣ ମାମଲା ଚାଲି ନ ଥିଲା । ସୂଚନାଯୋଗ୍ୟ, ଗୁପ୍ତା ଭାଇ ମୂଳତଃ ଉତ୍ତର ପ୍ରଦେଶର ସାହାରନପୁର ବାସିନ୍ଦା ।


Enter your email to get our daily news in your inbox.

All Right Reserved By Dharitri.Com

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri