୨୦ ବିଜେତାଙ୍କୁ ସ୍ବର୍ଣ୍ଣ, ୪୧ ଜଣଙ୍କୁ ରୌପ୍ୟ ମୁଦ୍ରା

ଭୁବନେଶ୍ୱର,୧୯ା୯(ବ୍ୟୁରୋ): ଭଉଣୀ ଭାଇର ସମ୍ପର୍କ ଅବର୍ଣ୍ଣନୀୟ। ଏହି ବନ୍ଧନ ସର୍ବଦା ଅତୁଟ। ନିଜର ନ ହୋଇ ମଧ୍ୟ ପ୍ରତ୍ୟେକ ଝିଅଙ୍କୁ ନିଜ ଭଉଣୀ ଭଳି ସ୍ନେହ ଦେଇପାରିଲେ ଦେଶରେ ଏକ ସୁନ୍ଦର ସମାଜ ସୃଷ୍ଟି ହୋଇପାରିବ। ରାଖୀ ବାନ୍ଧୁଥିବା ଝିଅକୁ ସମ୍ମାନ, ସୁରକ୍ଷା, ସ୍ନେହ ଦେବା ପ୍ରତ୍ୟେକ ବ୍ୟକ୍ତିଙ୍କ କର୍ତ୍ତବ୍ୟ ହେବା ଉଚିତ୍‌ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ମାଷ୍ଟରକ୍ୟାଣ୍ଟିନସ୍ଥିତ ପ୍ରେସ୍‌ କ୍ଲବ୍‌ ଅଫ୍‌ ଓଡ଼ିଶା ପରିସରରେ ‘ଧରିତ୍ରୀ’ ପକ୍ଷରୁ ଆୟୋଜିତ ରାଖୀ ବାର୍ତ୍ତା ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବ ‘ଅତୁଟ ବନ୍ଧନ ୨୦୨୨’ରେ ଯୋଗଦେଇ ତଥାଗତ କହିଲେ, ରକ୍ତର ଭଉଣୀ ନ ହେଲେ ମଧ୍ୟ ରାଖୀ ବାନ୍ଧୁଥିବା ଝିଅକୁ ନିଜର ଭାବିବା ମନୋଭାବ ସମସ୍ତଙ୍କର ଆସିବା ଦରକାର। ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ କହିଲେ, ପାଠିକାପାଠକମାନେ ଆମ ପାଇଁ ସବୁବେଳେ ସ୍ବତନ୍ତ୍ର। ଏଭଳି କାର୍ଯ୍ୟକ୍ରମ ପାଠିକାପାଠକଙ୍କ ସହ ମିଶିବାର ସୁଯୋଗ ସୃଷ୍ଟି କରୁଛି। ସମସ୍ତେ ନିଜର ମୂଲ୍ୟବାନ୍‌ ସମୟ କାଢ଼ି ଉତ୍ସବରେ ଯୋଗ ଦେଇଥିବାରୁ ସେ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ। କାର୍ଯ୍ୟକ୍ରମରେ ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସର ପ୍ରତିଷ୍ଠାତା ରାଜେଶ ଗୁପ୍ତା, ଗ୍ରୀନ୍‌ ଚିଲିଜ୍‌ର ପରିଚାଳନା ନିର୍ଦ୍ଦେଶକ ଏମ୍‌.କେଶବ ରାଓ, ପଣ୍ଡା ଟ୍ରାଭେଲ୍ସର ପ୍ରତିନିଧି ରଞ୍ଜିତ ମହାନ୍ତି ଯୋଗଦେଇ ଧରିତ୍ରୀର ଏଭଳି ପ୍ରୟାସ ପାଇଁ କୃତଜ୍ଞତା ଜଣାଇଛନ୍ତି। ଏହି ଅବସରରେ ୬୧ଜଣ ବିଜେତାଙ୍କୁ ପୁରସ୍କୃତ କରାଯାଇଛି। ୨୦ଜଣଙ୍କୁ ସ୍ବର୍ଣ୍ଣ ମୁଦ୍ରା ଓ ୪୦ଜଣଙ୍କୁ ରୌପ୍ୟ ମୁଦ୍ରା ସହ ଜଣଙ୍କୁ ସାନ୍ତ୍ୱନାମୂଳକ ପୁରସ୍କାର ଭାବେ ରୌପ୍ୟ ମୁଦ୍ରା ପ୍ରଦାନ କରାଯାଇଛି। ଏହି ଅବସରରେ କଣ୍ଠଶିଳ୍ପୀ କାଜଲ ଓ ବିଭୁଙ୍କ କଣ୍ଠରୁ ବିଭିନ୍ନ ସଙ୍ଗୀତକୁ ଉପସ୍ଥିତ ଦର୍ଶକ ଉପଭୋଗ କରିଥିଲେ। ଉପସ୍ଥାପିକା ଶୋଭନା ମିଶ୍ର ମଞ୍ଚ ପରିଚାଳନା କରିଥିଲେ। ଆଦ୍ୟାଶା ସତପଥୀ ଧନ୍ୟବାଦ ଅର୍ପଣ କରିଥିଲେ। ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ଏହି ଉତ୍ସବର ମୁଖ୍ୟ ପ୍ରାୟୋଜକ ଥିବାବେଳେ ଖିମ୍‌ଜୀ ସହଯୋଗୀ ରହିଥିଲା। ସେହିଭଳି ରୁଚି, ଗ୍ରୀନ୍‌ ଚିଲିଜ୍‌, ପଣ୍ଡା ଟ୍ରାଭେଲ୍ସ, ଚାନ୍ଦି ଭଣ୍ଡାର, ଡ୍ୟୁରାଶାଇନ୍‌ ସହ ପ୍ରାୟୋଜକ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

ଜଗୁଆଳିଙ୍କ ମୃତଦେହ ଜବତ ଘଟଣା, ଥାନାରେ ଅଭିଯୁକ୍ତଙ୍କ ଆତ୍ମସମର୍ପଣ

ଟେନସା,୧୩।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ ସର୍ଗିଗଡ଼ ଗ୍ରାମ ନିକଟରେ ସୋମବାର ରାତିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ଜଗୁଆଳିଙ୍କୁ ମାରି ଫିଙ୍ଗି…

କ୍ରିକେଟ ଜଗତରେ ଶୋକର ଛାୟା, ମାତ୍ର ୩୬ ବର୍ଷ ବୟସରେ ଚୀର ନିଦ୍ରାରେ ଶୋଇଗଲେ ଏହି ଆନ୍ତର୍ଜାତୀୟ ଅମ୍ପାୟାର

ନୂଆଦିଲ୍ଲୀ,୧୩।୧୦: ଜିମ୍ବାୱେ ମହିଳା କ୍ରିକେଟ ଦଳର ପୂର୍ବତନ ଦ୍ରୁତ ବୋଲର୍‌ ତଥା ଅମ୍ପାୟାର୍‌ ସାରା ଡାମ୍ବାନେଭାନାଙ୍କ ୩୬ ବର୍ଷ ବୟସରେ ପରଲୋକ ଘଟିଛି। ଦୀର୍ଘ ମାସ ଧରି…

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?